Odisha Elections 2024
Posted inଜାତୀୟ

ବିଶ୍ୱର ସର୍ବ ବୃହତ ଶସ୍ୟ ଭଣ୍ଡାରର ଉଦଘାଟନ କଲେ ମୋଦି

ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ‘ସମବାୟ କ୍ଷେତ୍ରରେ ବିଶ୍ୱର ସର୍ବବୃହତ ଶସ୍ୟ ସଂରକ୍ଷଣ’ ପାଇଲଟ ପ୍ରକଳ୍ପର ଉଦଘାଟନ କରିଛନ୍ତି। ସୂଚନାଯୋଗ୍ୟ, ଏହା ୧୧ଟି ରାଜ୍ୟର ୧୧ ଟି ପ୍ରାଥମିକ କୃଷି କ୍ରେଡିଟ ସୋସାଇଟି (ପିଏସିଏସ) ରେ ପରିଚାଳିତ ହେଉଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ସମବାୟ କ୍ଷେତ୍ରର ଅନ୍ୟାନ୍ୟ ଯୋଜନାର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ସୂଚନାଯୋଗ୍ୟ, ବିଶ୍ୱର ସର୍ବ ବୃହତ ଧାନ ସଂରକ୍ଷଣ ଯୋଜନା ଅଧୀନରେ ୧୧ ଟି ରାଜ୍ୟର ୧୧ଟି ପ୍ୟାକ୍ସରେ ବିଶ୍ୱର ସବୁଠାରୁ ବଡ ଗୋଦାମ ଗୃହ ଉଦଘାଟନ କରାଯାଇଛି ଏବଂ ଗୋଦାମର ମୂଳଦୁଆ ୫୦୦ ପ୍ୟାକରେ ରଖାଯାଇଛି।
ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି ଯେ ‘ବିକଶିତ ଭାରତ’ର ଅମୃତଯାତ୍ରାରେ ଆଜି ଭାରତ ମଣ୍ଡପମ ଆଉ ଏକ ପ୍ରମୁଖ ସଫଳତାର ସାକ୍ଷୀ ରହିଛି। ସହଯୋଗ ମାଧ୍ୟମରେ ଦେଶ ସମୃଦ୍ଧତା ପାଇଁ ନେଇଥିବା ସଂକଳ୍ପକୁ ହୃଦୟଙ୍ଗମ କରିବା ଦିଗରେ ଆଜି ଆମେ ଆଗକୁ ବଢୁଛୁ। ସେଆହୁରି ମଧ୍ୟ କହିଛନ୍ତି, କୃଷି ଏବଂ ଚାଷର ମୂଳଦୁଆକୁ ଦୃଢ କରିବାରେ ସହଯୋଗର ଶକ୍ତି ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଏହି ଭାବନା ସହ ଆମେ ଏକ ପୃଥକ ସହଯୋଗ ମନ୍ତ୍ରଣାଳୟ ଗଠନ କରିଛୁ। ଆଜି ଆମେ ଆମର କୃଷକମାନଙ୍କ ପାଇଁ ବିଶ୍ୱର ସର୍ବ ବୃହତ ସଂରକ୍ଷଣ ଯୋଜନା ଆରମ୍ଭ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…

ନୂଆଦିଲ୍ଲୀ,୨୧।୫: ଚଳିତ ନିର୍ବାଚନରେ ଭାଜପା ‘ଅବ୍‌କି ବାର୍‌ ୪୦୦ ପାର୍‌’ର ନାରା ଦେଉଛି। ଅର୍ଥାତ କହିବାକୁ ଗଲେ ଦଳ ୪୦୦ରୁ ଅଧିକ ଆସନରେ ବିଜେତା ହେବା...

ପୋଲିଂ ବୁଥକୁ ଯିବାବେଳେ ଢୋଲ ଓ ଥାଳି ବାଡେଇବାକୁ ମହିଳାଙ୍କୁ କହିଲେ ମୋଦି

ନୂଆଦିଲ୍ଲୀ,୨୧।୫: ନିଜର କଲ୍ୟାଣକାରୀ ସ୍କିମ ବିଷୟରେ କହି ମଙ୍ଗଳବାର ନିଜ ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତର ପ୍ରଦେଶର ବାରାଣସୀରେ ଭାଜପା...

ସିସୋଡିଆଙ୍କୁ ବଡ଼ ଝଟ୍‌କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଆମ୍‌ ଆଦମୀ ପାର୍ଟୀ ନେତା ମନୀଷ ସିସୋଡିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ଉଭୟ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ମତଦାନ କେନ୍ଦ୍ରରୁ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ମୁମ୍ବାଇ ୱର୍ଲି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ମତଦାନ ବୁଥ ଟଏଲେଟରୁ ଜଣେ ପୋଲିଂ ଏଜେଣ୍ଟଙ୍କ ମୃତଦେହ ପୋଲିସ ଜବତ...

ରାହୁଲଙ୍କୁ ଝଟ୍‌କା: ଅମିତ ଶାହାଙ୍କ ଉପରେ ଟିପ୍ପଣି ମାମଲାରେ ସମନ ଜାରି

ନୂଆଦିଲ୍ଲୀ,୨୧।୫: ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। ଏନେଇ ଭାଜପା କର୍ମୀ...

କେଜରିଓ୍ବାଲ ଏବେ କାହିଁକି ଆଳାପ କରୁଛନ୍ତି ପାକିସ୍ତାନୀ-ପାକିସ୍ତାନୀ?

ନୂଆଦିଲ୍ଲୀ,୨୧।୫: ଏକ ଖବରଦାତା ସମ୍ମିଳନୀରେ ଅରବିନ୍ଦ କେଜରିୱାଲ କହିଛନ୍ତି, ଆଜି ମୁଁ ଆପଣଙ୍କୁ ତିନୋଟି କଥା କହିବାକୁ ଚାହେଁ। ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଶେଷ ହୋଇଥିବାରୁ...

କାହିଁକି ଏଥର ୪୦୦ ପାର୍‌ କଥା କହୁଛି ଭାଜପା? ୨୪ ଘଣ୍ଟାରେ ମୋଦି କ’ଣ କ’ଣ କରିଛନ୍ତି ସେଥିରୁ ବୁଝାପଡିବ…

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ। ଏହି କାରଣରୁ ସମସ୍ତ ରାଜନୈତିକ ଦଳ କଠିନ ପରିଶ୍ରମ କରୁଛନ୍ତି ଏବଂ ରାଲି କରୁଛନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri