Posted inଜାତୀୟ

ମୋଦି ଜଣେ ଏକଛତ୍ରବାଦୀ ଶାସକ: ତାରିକ୍‌ ଅନଓ୍ବାର

ପାଟନା, ୭।୧୨: କଂଗ୍ରେସ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟାର୍ଗେଟ୍‌ କରାଯାଉଛି। ଏବେ କଂଗ୍ରେସ ସଦସ୍ୟ ତାରିକ୍‌ ଅନଓ୍ବାର ମୋଦିଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ତାରିକ୍‌ କହିଛନ୍ତି ଯେ, ମୋଦି ଜଣେ ଏକ ଛତ୍ରବାଦୀ ଶାସକ। ଅନ୍ନଦାତାଙ୍କ ସହିତ କଂଗ୍ରେସ ଛିଡ଼ା ହୋଇଛି। ମାତ୍ର ମୋଦି ନିଜ ଜିଦ୍‌ରେ ଅଟଳ ରହିଥିବାରୁ କୃଷି ଆଇନ ନେଇ ଦେଶରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଲୋକତନ୍ତ୍ରରେ ଏଭଳି ଜିଦ୍‌ କରିବା ଜଣେ ପ୍ରଧାନମନ୍ତ୍ରୀଙ୍କୁ ଶୋଭା ଦିଏ ନାହିଁ ବୋଲି ସେ କହିଛନ୍ତି। ଏକଛତ୍ରବାଦୀ ଶାସକଙ୍କ ଭଳି ମୋଦି ଭାବୁଛନ୍ତି ଯେ, ଯେଉଁ ନିଷ୍ପତ୍ତି ଗ୍ରହଣ କରାଯାଇଛି ତାକୁ ବଦଳାଯାଇ ପାରିବ ନାହିଁ। ସେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ଭୁଲ ଅବା ଠିକ୍‌ ତାହା ଚିନ୍ତା ମଧ୍ୟ କରୁ ନାହାନ୍ତି ବୋଲି ତାରିକ୍‌ ଅଭିଯୋଗ କରିଛନ୍ତି। ବିମୁଦ୍ରୀକରଣ, ଜିଏସ୍‌ଟି ଏବଂ କୃଷି ଆଇନ କ୍ଷେତ୍ରରେ ମୋଦି ଏକଛତ୍ରବାଦୀ ଶାସକଙ୍କ ଭଳି କାହାର ପରାମର୍ଶ ଗ୍ରହଣ କରି ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ…

ପାନୀୟ ଜଳ ପାଇ ରାଜ୍ୟ ରାଜପଥ ଅବରୋଧ, ଦୀର୍ଘ ସମୟ ଧରି ଯାତାୟାତ ବାଧାପ୍ରାପ୍ତ

ଭାପୁର,୧୬।୬(ପ୍ରଭାତ ବରାଡ): ବ୍ଲକ ପ୍ରଶାସନକୁ ବାରମ୍ବାର ଅଭିଯୋଗ କରିବା ପରେ ପାନୀୟ ନପାଇ ୪୮ନଂ ରାଜ୍ୟ ରାଜପଥ ରାସ୍ତା ଉପରେ ଗରା, ବାଲ୍‌ଟି ରଖି ବିକ୍ଷୋଭ ପ୍ରଦର୍ଶନ।…

ଗାଁରେ ମାତିଲା ପାଗଳ ମାଙ୍କଡ, ସକାଳ ହେଲେ ପଡିଯାଉଛି ତାଟି କବାଟ, ଆତଙ୍କିତ ଅବସ୍ଥାରେ ଲୋକେ

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ୮ରୁ ଅଧିକ ଜଣ ପାଗଳ ମାଙ୍କଡ କାମୁଡ଼ାରେ ଆହାତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ…

ମେସି-ରୋନାଲ୍ଡୋ ଯଦି ଏକାଠି ହୁଅନ୍ତି ତେବେ ଫିକା ପଡିଯିବ BCCI! ଏମାନଙ୍କ ନେଟ ଓ୍ବର୍ଥ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୬: ଫୁଟବଲ ବିଶ୍ୱର ସବୁଠାରୁ ଲୋକପ୍ରିୟ ଖେଳ, ପ୍ରାୟ ପ୍ରତ୍ୟେକ ଦେଶରେ ଖେଳାଯାଏ। କ୍ରିକେଟ ଦ୍ୱିତୀୟ ସ୍ଥାନରେ ଅଛି ଏବଂ ବିଶ୍ୱ ଦର୍ଶକଙ୍କ ଉପରେ ଏହାର କବଜାକୁ…

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର…

NEET ପୁନଃପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଲାଗିଲା ଅସ୍ଥାୟୀ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର NEET-UG ପୁନଃପରୀକ୍ଷା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ ଏକ ଅସ୍ଥାୟୀ କଟକଣା ଜାରି…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri