Posted inଜାତୀୟ

ମୋଦି ପୁଣି ଲୋକପ୍ରିୟ ତାଲିକାର ଶୀର୍ଷରେ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବେ ଶୀର୍ଷରେ ରହିଛନ୍ତି। ମର୍ନିଂ କନ୍ସଲ୍ଟ ଦ୍ୱାରା ପ୍ରକାଶିତ ଗ୍ଲୋବାଲ ଲିଡର ଆପ୍ରୁଭାଲ୍‌ ମୂଲ୍ୟାୟନରେ ମୋଦି ୭୦ ପ୍ରତିଶତ ଆପ୍ରୁଭାଲ ସହ ଶୀର୍ଷ ସ୍ଥାନ ହାସଲ କରିଛନ୍ତି। ମୋଦି ଏଥିରେ ସର୍ବାଧିକ ରେଟିଂ ପାଇଛନ୍ତି। ମର୍ନିଂ କନ୍ସଲ୍ଟ ୨୦୧୯ରେ ଏନେଇ ତଥ୍ୟ ସଂଗ୍ରହ ଆରମ୍ଭ କରିଥିଲା।

ମେକ୍ସିକୋର ରାଷ୍ଟ୍ରପତି ଆଣ୍ଡ୍ରେସ ମାନୁଏଲ ଲୋପେଜ ଓବ୍ରାଡୋର ୬୬ ପ୍ରତିଶତ ରେଟିଂ ସହ ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଏହା ପରେ ୫୮ ପ୍ରତିଶତ ନମ୍ବର ସହ ଇଟାଲୀ ପ୍ରଧାନମନ୍ତ୍ରୀ ମାରିଓ ଡ୍ରାଗି ତୃତୀୟ ସ୍ଥାନରେ ଅଛନ୍ତି, ଚତୁର୍ଥ ସ୍ଥାନରେ ଥିବା ଜର୍ମାନ ଚାନ୍ସେଲର ଆଞ୍ଜେଲା ମର୍କେଲ ୫୪ ପ୍ରତିଶତ ଅଙ୍କ ହାସଲ କରିଛନ୍ତି। ସେହିପରି ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ ୪୭ ପ୍ରତିଶତ ଆପ୍ରୁଭାଲ୍‌ ସହ ପଞ୍ଚମ ସ୍ଥାନରେ ଅଛନ୍ତି।

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ୪୪ ପ୍ରତିଶତ ନମ୍ବର ସହ ଷଷ୍ଠ ସ୍ଥାନରେ ଅଛନ୍ତି। ୪୩ ପ୍ରତିଶତ ଅଙ୍କ ସହ କାନାଡାର ଜଷ୍ଟିନ ଟ୍ରୁଡୋ ସପ୍ତମ ସ୍ଥାନରେ ଥିବାବେଳେ ବ୍ରିଟେନର ବୋରିସ ଜନସନ ୪୦ ପ୍ରତିଶତ ସହ ଦଶମ ସ୍ଥାନରେ ରହିଛନ୍ତି।

ମର୍ନିଂ କନ୍ସଲ୍ଟ ହେଉଛି ଏକ ପଲ୍ଟିକାଲ ଇଣ୍ଟେଲଜେନ୍ସ ରେଟିଂ କମ୍ପାନୀ। ଏହା ଅଷ୍ଟ୍ରେଲିଆ, ବ୍ରାଜିଲ, କାନାଡା, ଫ୍ରାନ୍ସ, ଜର୍ମାନୀ, ଭାରତ, ଇଟାଲୀ, ଜାପାନ, ମେକ୍ସିକୋ, ଦକ୍ଷିଣ କୋରିଆ, ସ୍ପେନ, ବ୍ରିଟେନ ଏବଂ ଆମେରିକାର ନେତାଙ୍କ ପାଇଁ ରେଟିଂକୁ ଟ୍ରାକ କରିଥାଏ। ସାପ୍ତାହିକ ଭିତ୍ତିରେ, କମ୍ପାନୀ ୧୩ ଟି ଦେଶର ତଥ୍ୟକୁ ଅପଡେଟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri