ପୁଣି ଆସୁଛନ୍ତି ମୋଦି, ରାଜଧାନୀରେ ମୁତୟନ ହେଲେ ୬୭ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୧।୬: ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ। ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ମୋଦି ଦିନ ୨ ଟା ୧୦ ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସିଧା ରାଜଭବନ ଯିବେ । ଅପରାହ୍ନ ସାଢ଼େ ୪ ଟାରେ ରାଜଭବନରୁ ବାହାରି ଜନତା ମଇଦାନକୁ ଯିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଶପଥ ସମାରୋହରେ ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖାଯାଇ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ପକ୍ଷରୁ ମୋଟ୍‌ ୬୭ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବାବେଳ ସମ୍ପୂର୍ଣ୍ଣ ସଭାସ୍ଥଳକୁ କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି।ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କ ସମେତ ୧୩ ଜଣ ଡିସିପି ର଼୍ୟାଙ୍କର ଅଧିକାରୀ, ୧୮ ଜଣ ଅତିରିକ୍ତ ଡିସିପି, ୫୮ ଜଣ ଏସିପି, ୯୪ ଜଣ ଇନ୍ସପେକ୍ଟର, ୩୧୨ ଜଣ ଏସ୍‌ଆଇ/ଏଏସ୍‌ଆଇ ଦାୟିତ୍ୱରେ ରହିଛନ୍ତି। ଅନ୍ୟପକ୍ଷରେ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରତିହତ କରିବା ପାଇଁ ୩ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ୍‌ (ଏସ୍‌ଟିୟୁ) ମୁତୟନ କରାଯାଇଛି। ଏଥିସହ କୌଣସି ପ୍ରତିକୂଳ ପରିସ୍ଥିତି ପାଇଁ ଗୋଟିଏ ଓଡ୍ରାଫ୍‌ ଟିମ୍‌ ମଧ୍ୟ ଦାୟିତ୍ୱରେ ରହିଛନ୍ତି। ବ୍ଲ୍ୟୁ ବୁକ୍‌ ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଥିବାବେଳେ ରୁଟ ଲାଇନ୍‌ ଓ ଜନତା ମଇଦାନର ଡଗ୍‌ ସ୍କ୍ବାଡ୍‌ ଦ୍ୱାରା ନିୟମିତ ଯାଞ୍ଚ ଜାରି ରହିଛି। ଭୁବନେଶ୍ୱରରେ ବିଭିନ୍ନ ହୋଟେଲରେ ମଧ୍ୟ ଯାଞ୍ଚ ସହ ନାଇଟ୍‌ ବ୍ଲକିଂ ଓ ଚେକିଂ ଜାରି ରହିଥିବା ପୋଲିସ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri