ଆସୁଛନ୍ତି ମୋଦି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବରଗଡ଼,୧୦।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ମୋଦି ମଧ୍ୟାହ୍ନ ୧୨ଟାରେ ପହଞ୍ଚି ତାଙ୍କ ଏହି ଗସ୍ତରେ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ଟୋଲଗେଟ୍‌ ସନ୍ନିକଟ ବିକାଶ ଭିନଟେଜ୍‌ରେ ହେବାକୁ ଥିବା ସାଧାରଣ ସଭାରେ ଉଦ୍‌ବୋଧନ ଦେବେ ।

ଜିଲାରେ ଆସନ୍ତା ୨୦ତାରିଖ ମତଦାନ ଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତକୁ ନେଇ ଦଳୀୟ ନେତା, କାର୍ଯ୍ୟକର୍ତ୍ତା ଏବଂ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛି ।

ସେହିପରି ମୋଦିଙ୍କ ଏହି କାର୍ଯ୍ୟକ୍ରମକୁ ସୁରକ୍ଷିତଭାବେ ସମାପନ କରିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଗୁରୁବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ବରଗଡ଼ ଏସପି ପି.ଏସ୍‌ ମୀନା ସୂଚନା ଦେଇ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ହୋଇଛି । ହେଲିପ୍ୟାଡ଼, ସଭାସ୍ଥଳୀରେ ପର୍ଯ୍ୟାପ୍ତ ବ୍ୟବସ୍ଥା ଗ୍ରହଣ ସହିତ ରୁଟ୍‌ ଲାଇନିଂ ଏବଂ ଟ୍ରାଫିକ ସମସ୍ୟା ଏଡ଼ାଇବା ପାଇଁ ମଧ୍ୟ ପଦକ୍ଷେପ ଗ୍ରହଣ କରାଯାଇଛି । ଏଥିପାଇଁ ୫ଏସପି, ୪ଅତିରିକ୍ତ ଏସପି, ୧୨ଡିଏସପି, ୨୭ଇନ୍ସପେକ୍ଟର, ୧୮୦ସବ୍‌ ଇନ୍ସପେକ୍ଟର, ଆସିଷ୍ଟାଣ୍ଟ ସବଇନ୍ସପେକ୍ଟର, ୨୫ ପ୍ଲାଟୁନ ପୋଲିସ ଫୋର୍ସ ଏବଂ ୪୦୦ ହୋମଗାର୍ଡ଼ଙ୍କୁ ନିୟୋଜିତ କରାଯାଇଥିବା ଏସପି ମୀନା ସୂଚନା ଦେଇଛନ୍ତି । ସେହିପରି ସଭାସ୍ଥଳୀ ପରିସର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଡ୍ରୋନ ଉଡ଼ାଣ ଉପରେ କଟକଣା ରହିଛି ।

ପ୍ରକାଶଥାଉକି, ପ୍ରଧାନମନ୍ତ୍ରୀ ମୋଦି ଗତ ୨୦୧୬ ଫେବୃୟାରୀ ୨୧ତାରିଖ ପ୍ରଥମଥର ପାଇଁ ବରଗଡ଼ ଗସ୍ତରେ ଆସିଥିଲେ । ସେତେବେଳେ ସେ ବରଗଡ଼ରୁ ଦେଶର କୃଷକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ଘୋଷଣା କରିଥିଲେ। ତେବେ ଦୀର୍ଘ ୮ବର୍ଷ ବ୍ୟବଧାନରେ ମୋଦି ପୁଣି ବରଗଡ଼ ଗସ୍ତରେ ଆସୁଥିବା ଏବଂ ନିକଟ ଭବିଷ୍ୟତରେ ସାଧାରଣ ନିର୍ବାଚନ ପାଇଁ ଜିଲାରେ ମତଦାନ ଥିବା ଯୋଗୁ ଏଥର କୃଷକଙ୍କ ପ୍ରତି ମୋଦିଙ୍କ କିଭଳି ଆଭିମୁଖ୍ୟ ରହିବ, ସେଥିପ୍ରତି ସଭିଙ୍କ ନଜର ରହିଛି । ଉକ୍ତ କାର୍ଯ୍ୟକ୍ରମରେ ବରଗଡ଼ ସଂସଦୀୟ କ୍ଷେତ୍ରର ୭ବିଧାନସଭା ନିର୍ବାଚନ ମଣ୍ଡଳୀ ସମେତ ସମ୍ବଲପୁର ଲୋକସଭା ସଂସଦୀୟ କ୍ଷେତ୍ରର ସମ୍ବଲପୁର, ରେଙ୍ଗାଲି ଏବଂ ରେଢ଼ାଖୋଲର ଦଳୀୟ କାର୍ଯ୍ୟକର୍ତ୍ତାମାନେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଭାଜପା ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri