୭ ମାସରେ ୫ଥର: ଆଜି ପୁଣି ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୬ା୧(ସୁନିତ୍‌ ମିଶ୍ର): ଭୁବନେଶ୍ୱର ଜନତା ମୈଦାନରେ ଆୟୋଜିତ ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୫ରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଗସ୍ତରେ ଆସୁଛନ୍ତି। ସକାଳ ୮.୩୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ବାୟୁସେନା ବିମାନ ଯୋଗେ ବାହାରି ପୂର୍ବାହ୍ନ ୧୦.୩୫ ମିନିଟ୍‌ ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ଓହ୍ଲାଇବେ।

ପୂର୍ବାହ୍ନ ୧୦.୫୫ରେ ସେ ଜନତା ମୈଦାନରେ ପହଞ୍ଚିବେ। ପୂର୍ବାହ୍ନ ୧୧.୦୦ରୁ ମଧ୍ୟାହ୍ନ ୧୨.୩୦ ପର୍ଯ୍ୟନ୍ତ କନ୍‌କ୍ଲେଭରେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିବେ। ପ୍ରଧାନମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ଲାଗି ଭାଜପା ପକ୍ଷରୁ ବିମାନବନ୍ଦରଠାରୁ ଜନତା ମୈଦାନ ପର୍ଯ୍ୟନ୍ତ ଲୋକଙ୍କୁ ଏକାଠି କରାଯିବ ବୋଲି ସୂଚନା ଦିଆଯାଇଛି।

ଗତ ୭ ମାସରେ ମୋଦି ଓଡ଼ିଶାକୁ ସର୍ବାଧିକ ୫ଥର ଆସିଥିବାରୁ ଭାଜପା ପକ୍ଷରୁ ଏହି ଭବ୍ୟ ସମ୍ବର୍ଦ୍ଧନା ଦେବା ଲାଗି ଯୋଜନା କରାଯାଇଛି। ମଧ୍ୟାହ୍ନ ୧୨.୫୫ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରୁ ଉତ୍ତରାଖଣ୍ଡ ଅଭିମୁଖେ ଯାତ୍ରା କରିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ କାର୍ଯ୍ୟକ୍ରମସ୍ଥଳ ଓ ତାଙ୍କର ଯିବାଆସିବା ପଥରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କମିଶନରେଟ ପୋଲିସ ପକ୍ଷରୁ ଭୁବନେଶ୍ୱର ସହରରେ ସୁରକ୍ଷା କଡ଼ାକଡ଼ି ଚାଲିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ କାରକେଡ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri