ଆଜି ଓଡ଼ିଶା ଆସୁଛନ୍ତି ମୋଦି: ୧୯,୬୦୦ କୋଟି ଦେବେ ଭେଟି

ଭୁବନେଶ୍ୱର,୫।୩(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନ ୨ଟା ୪୦ ମିନିଟ୍‌ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ। ଅପରାହ୍ନ ୩ଟା ୧୫ ମିନିଟ୍‌ରେ ଲୋକାର୍ପଣ ଓ ଶିଳାନ୍ୟାସ ଆଦି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ୩ଟା ୩୦ ମିନିଟ୍‌ରେ ପାଖ ପଡ଼ିଆରେ ଆୟୋଜିତ ‘ମୋଦି ଗ୍ୟାରେଣ୍ଟି’ ବିଶାଳ ସଭାରେ ‘ବିକଶିତ ଓଡ଼ିଶା-ବିକଶିତ ଭାରତ’ ଯୋଦ୍ଧାମାନଙ୍କୁ ସମ୍ବୋଧିତ କରିବେ। ମୋଦିଙ୍କ ସଭାରେ ଉକ୍ତ ଅଞ୍ଚଳବାସୀଙ୍କୁ ଉପସ୍ଥିତ ରହିବାକୁ ରାଜ୍ୟ ସଭାପତି ମନମୋହନ ସାମଲ ଅନୁରୋଧ କରିଛନ୍ତି। ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ ସରକାରୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇପାରନ୍ତି ବୋଲି ଜଣାପଡ଼ିଛି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ମନମୋହନ କହିଛନ୍ତି, ମୋଦି ଚଣ୍ଡିଖୋଲରେ ୧୯,୬୦୦ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚରେ ଏକାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ। ଓଡ଼ିଶାର ପ୍ରାଚୀନ ସଂସ୍କୃତି, ଗରିମାମୟ ଇତିହାସ, ବୈଭବଶାଳୀ ପରମ୍ପରା, ପ୍ରାଚୁର୍ଯ୍ୟମୟ ଐତିହ୍ୟ ଓ କଳା, ଖାଦ୍ୟପେୟ, ବେଶଭୂଷାକୁ ବିଶ୍ୱଦରବାରରେ ପହଞ୍ଚାଇଛନ୍ତି। ମୋଦି ୨୦୧୯ରେ ରାଜ୍ୟବାସୀଙ୍କୁ କହିଛନ୍ତି, ‘ସେ ଆପଣଙ୍କ ଭଲ ପାଇବାକୁ ସୁଧ ସହିତ ଫେରାଇବେ’। ଗତ ୧୦ ବର୍ଷରେ ମୋଦି ସରକାର ‘ଓଡ଼ିଶାର ବିକାଶ ପାଇଁ ୧୮.୮୩ ଲକ୍ଷ କୋଟି ଟଙ୍କା ଦେଲେ ଏବଂ ଓଡ଼ିଆଙ୍କୁ ଅଗ୍ରାଧିକାର ଓ ଉପଯୁକ୍ତ ମର୍ଯ୍ୟାଦା ଦେଲେ’। ଓଡ଼ିଆଙ୍କ ପାଇଁ ମୋଦିଙ୍କ ମର୍ଯ୍ୟାଦାକୁ ୨୦୨୪ ସାଧାରଣ ନିର୍ବାଚନରେ ରାଜ୍ୟବାସୀ ଲୋକ ସଭା ଓ ବିଧାନସଭା ଆସନରେ ଆଶୀର୍ବାଦ ଦେଇ ୩ୟ ଥର ପ୍ରଧାନମନ୍ତ୍ରୀ ଭାବେ ବିଜୟମୁକୁଟ ପିନ୍ଧାଇ ସ୍ବାଗତ କରିବେ। ମୋଦି ଯାହା କହନ୍ତି ତାହା କରନ୍ତି, ଏହା ହିଁ ମୋଦି ଗ୍ୟାରେଣ୍ଟି। ଚଣ୍ଡିଖୋଲ ଜନସଭାରେ ମୋଦିଙ୍କ ଉଦ୍‌ବୋଧନ କାର୍ଯ୍ୟକର୍ତ୍ତାଙ୍କୁ ନୂତନ ଊର୍ଜା ଯୋଗାଇବ ବୋଲି ମନମୋହନ କହିଛନ୍ତି।
ଅନ୍ୟପକ୍ଷରେ ନିକଟରେ ଭାଜପା ୧୬ଟି ରାଜ୍ୟ ଏବଂ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରୁ ୧୯୫ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା। ହେଲେ ସେଥିରେ ଓଡ଼ିଶାରୁ କୌଣସି ପ୍ରାର୍ଥୀଙ୍କ ନାଁ ଘୋଷଣା କରାଗଲା ନାହିଁ। ମୋଦି ୫ ତାରିଖରେ ଓଡ଼ିଶା ଗସ୍ତ ସାରି ଫେରିବା ପରେ ମେଣ୍ଟ ନେଇ କିଛି ଆଭାସ ଦେବେ ବୋଲି ରାଜ୍ୟ ରାଜନୀତିରେ ଏକପ୍ରକାର ଚର୍ଚ୍ଚା ଆଲୋଚନା ଜୋର୍‌ ଧରିଛି। ଭାଜପାର ରାଜ୍ୟ ସଭାପତିଙ୍କଠାରୁ ଆରମ୍ଭକରି ପ୍ରଭାରୀଙ୍କ ପର୍ଯ୍ୟନ୍ତ ସମସ୍ତେ ଏହି କଥାକୁ ଖଣ୍ଡନ କରିସାରିଲେଣି। ତଥାପି ମଧ୍ୟ ଏ ପ୍ରକାର ଚର୍ଚ୍ଚା ବନ୍ଦ ହେବାର ନାଁ ଧରୁନାହିଁ। ଯେହେତୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ଭିତରେ ଭାଜପା ଶୀର୍ଷ ନେତୃତ୍ୱ ଓଡ଼ିଶାକୁ ସ୍ଥାନ ଦେଲେ ନାହିଁ ଏବଂ ୫ରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଛି ସେହି ଦୃଷ୍ଟିକୋଣରୁ ଏଭଳି ଆଶଙ୍କା କରାଯାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri