Posted inଜାତୀୟ

ମୁଣ୍ଡରୁ ପାଦ ଯାଏ ଦୁର୍ନୀତିରେ ବୁଡି ରହିଛନ୍ତି ମୋଦି: କେଜରିଓ୍ବାଲ…

ନୂଆଦିଲ୍ଲୀ,୫।୧୦ : ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ସଞ୍ଜୟ ସିଂଙ୍କୁ ଗିରଫ କରିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଏବଂ ଅରବିନ୍ଦ କେରିୱାଲ ତାଙ୍କ ବାସଭବନ ପରିଦର୍ଶନ କରିଥିଲେ। ୧୦ ଘଣ୍ଟିଆ ଚଢ଼ାଉ ପରେ ରାଜ୍ୟସଭା ଏମପିଙ୍କୁ ଗିରଫ କରିବା ପରେ କେଜ୍ରିୱାଲ ସଞ୍ଜୟ ସିଂଙ୍କ ପିତା, ତାଙ୍କ ସ୍ତ୍ରୀ ଏବଂ ଅନ୍ୟ ପରିବାର ସଦସ୍ୟଙ୍କୁ ଭେଟିଥିଲେ। ସଞ୍ଜୟ ସିଂଙ୍କ ପରିବାରକୁ ଭେଟିବା ପରେ ଖବରଦାତାମାନଙ୍କ ସହ କଥାବାର୍ତ୍ତା କରି ଅରବିନ୍ଦ କେଜରିୱାଲ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରି ସେ କହିଛନ୍ତି ସ୍ବାଧୀନତା ପରଠାରୁ ନରେନ୍ଦ୍ର ମୋଦି ହେଉଛନ୍ତି ଭାରତର ସବୁଠାରୁ ଦୁର୍ନୀତିଗ୍ରସ୍ତ ପ୍ରଧାନମନ୍ତ୍ରୀ। ମୁଣ୍ଡରୁ ପାଦ ଯାଏ ସେ ଦୁର୍ନୀତିରେ ବୁଡି ରହିଛନ୍ତି।

ଏଏପି ଏକ ସଚ୍ଚୋଟ ଦଳ। ଆମେ ସମସ୍ତେ ଜାଣୁ ସଚ୍ଚୋଟତାର ରାସ୍ତା କଷ୍ଟସାଧ୍ୟ । ଯଦି ଆମେ ସେମାନଙ୍କ ପରି ଅସାଧୁ ହୋଇଯିବୁ ତେବେ ଆମର ସମସ୍ତ ସମସ୍ୟାର ସମାଧାନ ହୋଇଯିବ। ଏହି ମଦ ମାମଲାରେ ୧୦୦୦ ରୁ ଅଧିକ ଚଢ଼ାଉ କରାଯାଇଥିଲା। ଅନେକ ଲୋକଙ୍କୁ ଗିରଫ କରାଯାଇଛି କିନ୍ତୁ ସେମାନେ ଗୋଟିଏ ପଇସା ମଧ୍ୟ ଇଡି ଜବତ କରିପାରି ନାହିଁ।

ବିରୋଧୀଦଳର ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ଗଠନ ପରେ ମୋଦି ନିରାଶ ହୋଇଛନ୍ତି। ଇଡି ଅଧିକାରୀ ସଞ୍ଜୟଙ୍କ ପୁରା ଘରେ ଖୋଜାଖୋଜି କରିଥିଲେ ମଧ୍ୟ କିଛି ମିଳି ନ ଥିଲା ପରେ ସନ୍ଧ୍ୟାରେ ତାଙ୍କୁ ଗିରଫ କରାଯାଇଥିଲା। ନିର୍ବାଚନ ପାଖେଇ ଆସୁଛି ତେଣୁ ମୋଦି ଏଭଳି କରୁଛନ୍ତି। ସେ ୨୦୨୪ ପର୍ଯ୍ୟନ୍ତ ଅନେକ ଲୋକଙ୍କୁ ଗିରଫ କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ସତ ହୋଇଗଲା ଭବିଷ୍ୟବାଣୀ! ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏମିତି କହିଥିଲେ…

ନୂଆଦିଲ୍ଲୀ,୨୭।୮: ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ପୁରୁଣା ଭବିଷ୍ୟବାଣୀ। ସୋସିଆଲ ମିଡିଆରେ ଦାବି କରାଯାଉଛି…

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

ପୁଣି କ୍ରାଶ୍‌ ହେଲା ବିମାନ: ସବୁକିଛି ଚୁର୍‌ମାର୍‌, ବିମାନରେ ଥିଲେ…

ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri