Posted inଜାତୀୟ

ଟାଇମ୍‌ ପ୍ରଭାବଶାଳୀ ନେତାଙ୍କ ତାଲିକାରେ ମୋଦି

ନୂଆଦିଲ୍ଲୀ, ୨୩।୯: ଟାଇମ୍‌ ମାଗାଜିନ୍‌ର ପ୍ରଭାବଶାଳୀ ନେତାଙ୍କ ତାଲିକାରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ଥାନ ପାଇଛନ୍ତି। ୨୦୨୦ରେ ପୃଥିବୀର ଶହେ ଜଣ ପ୍ରଭାବଶାଳୀ ନେତାଙ୍କ ମଧ୍ୟରେ ପୁଣି ମୋଦିଙ୍କ ନାମ ରହିଛି। ଚଳିତ ବର୍ଷ ଏହି ତାଲିକାରେ ପୃଥିବୀର ୨୪ରୁ ଅଧିକ ନେତାଙ୍କ ନାମ ରହିଛି। ତାଲିକାରେ ମୋଦିଙ୍କ ସହିତ ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା, ରବିନ୍ଦର ଗୁପ୍ତା, ମୂଳଭାରତୀୟ ସୁନ୍ଦର ପିଚାଇଙ୍କ ନାମ ମଧ୍ୟ ସ୍ଥାନ ପାଇଛି। ଦିଲ୍ଲୀର ଶାହିନ୍‌ବାଗ ପ୍ରଦର୍ଶନରେ ସାମିଲ୍‌ ହୋଇଥିବା ୮୨ ବର୍ଷ ବୟସ୍କା ବୃଦ୍ଧା ବିଲ୍କିସ୍‌ ଦାଦୀଙ୍କ ନାମ ମଧ୍ୟ ତାଲିକାରେ ସ୍ଥାନ ପାଇଛି। ବିଲ୍କିସ୍‌ ଦାଦୀ ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ପ୍ରଦର୍ଶନ କରୁଥିଲେ। ପୃଥିବୀର ବୃହତମ ଗଣତାନ୍ତ୍ରିକ ରାଷ୍ଟ୍ର ଭାରତରେ ବିପୁଳ ଜନମତ ନେଇ ମୋଦି କ୍ଷମତା ଦଖଲ କରିଥିଲେ। ରୋଜଗାରର ପ୍ରତିଶ୍ରୁତି ଦେଇ ମୋଦିଙ୍କ ନେତୃତ୍ୱାଧୀନ ସରକାର କ୍ଷମତାକୁ ଆସିଥିଲେ ବି ବହୁ ବାଧାର ସମ୍ମୁଖୀନ ହୋଇଥିବା ଟାଇମ୍‌ ପକ୍ଷରୁ ଲେଖା ପ୍ରକାଶ ପାଇଛି। ଭାରତ ଏବେ କରୋନା ମହାମାରୀ ସହିତ ଯୋଜାନବଦ୍ଧଭାବେ ଲଢ଼େଇ ଜାରି ରଖିଥିବା ଏଥିରେ ଉଲ୍ଲେଖ କରାଯାଇଛି। ଏହି ତାଲିକାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌, କମଳା ହାରିସ୍‌, ଜୋ ବିଡେନ୍‌, ଏଞ୍ଜଲା ମର୍କେଲ, ନୈନ୍ସି ପୋଲୋସି ପ୍ରମୁଖ ରାଜନେତାଙ୍କ ନାମ ରହିଛି। ସୂଚନାଯୋଗ୍ୟ, ଟାଇମ୍‌ ମାଗାଜିନ୍‌ ପକ୍ଷରୁ ପ୍ରତିବର୍ଷ ବିଭିନ୍ନ କ୍ଷେତ୍ରରେ ପ୍ରଭାବ ବିସ୍ତାର କରିଥିବା ଶହେ ଜଣ ବ୍ୟକ୍ତିଙ୍କ ତାଲିକା ପ୍ରକାଶିତ ହୋଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ପୁଅ ପାଇଁ ନିଜ ଝିଅର ବଳି ଦେଲେ ମା’, ତାନ୍ତ୍ରିକଙ୍କ ନିର୍ଦ୍ଦେଶରେ…ପୂରା ଘଟଣା ଜାଣିଲେ ଥରିଉଠିବ ଦେହ

ରାଞ୍ଚି,୨।୪: ଝାଡ଼ଖଣ୍ଡର ହଜାରୀବାଗ ଜିଲାର ବିଷ୍ଣୁଗଡ଼ ଥାନା ଅଞ୍ଚଳର କୁସୁମ୍ଭା ଗାଁରେ ଜଣେ ୧୩ ବର୍ଷୀୟା ଝିଅର ହତ୍ୟା ଘଟଣାରେ ପୋଲିସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri