Posted inଜାତୀୟ

ଏଏପି ଖବର ପ୍ରକାଶ ନ କରିବାକୁ ଗଣମାଧ୍ୟମ ଉପରେ ଚାପ ପକାଉଛନ୍ତି ମୋଦି

ନୂଆଦିଲ୍ଲୀ,୧୯।୯: ଗୁଜରାଟ ବିଧାନସଭା ନିର୍ବାଚନରେ ହାରିଯିବା ଭୟ ଏବେ ଭାଜପା ନେତାମାନଙ୍କୁ ବିଚଳିତ କରିଛି। ସେମାନେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ନେତାମାନଙ୍କ ବିରୋଧରେ ମିଛ ଦୁର୍ନୀତି ଅଭିଯୋଗ ଆଣି ଦଳକୁ ବଦନାମ କରିବାକୁ ଉଦ୍ୟମ ଚଳାଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ଗୁଜରାଟରେ ଏଏପିର ଖବର ପ୍ରସାରଣ ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗଣମାଧ୍ୟମ ଉପଦେଷ୍ଟା ହିରେନ୍‌ ଜୋଷୀ ବିଭିନ୍ନ ଟିଭି ଚ୍ୟାନେଲ ମାଲିକ ଏବଂ ସମ୍ପାଦକମାନଙ୍କୁ ତାଗିଦ କରୁଛନ୍ତି। ଏପରିକି ଏଏପି ଖବର ପ୍ରସାରଣ କରିବାର ପରିଣତି ଭୋଗିବାକୁ ପଡ଼ିବ ବୋଲି ସେମାନଙ୍କୁ ଧମକ ଦିଆଯାଉଛି। କେତେଜଣ ସମ୍ପାଦକ ଉକ୍ତ ଧମକପୂର୍ଣ୍ଣ ବାର୍ତ୍ତା ତାଙ୍କୁ ଦେଖାଇଥିବା କେଜ୍‌ରିଓ୍ବାଲ କହିଛନ୍ତି। ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇନ୍‌ଡୋର ଷ୍ଟାଡିୟମରେ ଦଳର ରାଷ୍ଟ୍ରୀୟ ଜନପ୍ରତିନିଧି ସମ୍ମିଳନୀରେ ଉଦ୍‌ବୋଧନ ଦେବା ଅବସରରେ କେଜ୍‌ରିଓ୍ବାଲ ଭାଜପା ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି।

ଗୁଜରାଟରେ ଏଏପିର ବର୍ଦ୍ଧିତ ଲୋକପ୍ରିୟତାକୁ ଗୈରିକ ଦଳ ହଜମ କରିପାରୁ ନ ଥିବା ଏଏପି ଆବାହକ କହିଛନ୍ତି। ଭାରତକୁ ବିଶ୍ୱର ଏକ ନମ୍ବର ଦେଶରେ ପରିଣତ କରିବା ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଛଅସୂତ୍ରୀ ଏଜେଣ୍ଡା ଘୋଷଣା କରିଛନ୍ତି। ଆମକୁ ୧୩୦ କୋଟି ଲୋକଙ୍କ ମେଣ୍ଟ ଗଢ଼ିବାକୁ ହେବ ବୋଲି ସେ କହିଛନ୍ତି। ୨୦୨୪ ଲୋକ ସଭା ର୍ନିବାଚନକୁ ଦୃଷ୍ଟିରେ ରଖି ଏଏପିକୁ ଜାତୀୟ ସ୍ତରକୁ ସମ୍ପ୍ରସାରଣ କରିବା ଉପରେ ଦଳର ପ୍ରଥମ ଜାତୀୟ ଜନପ୍ରତିନିଧି ସମ୍ମିଳନୀରେ ଗୁରୁତ୍ୱାରୋପ କରାଯାଇଥିଲା। ଉତ୍ତମ ସ୍ବାସ୍ଥ୍ୟସେବା, ବିଶ୍ୱସ୍ତରୀୟ ଭିତ୍ତିଭୂମି, ନିଯୁକ୍ତି ସୁରକ୍ଷା, ମହିଳାଙ୍କ ପାଇଁ ସୁଯୋଗ ଆଦି କାର୍ଯ୍ୟସୂଚୀ ଦ୍ୱାରା ଭାରତକୁ ଶ୍ରେଷ୍ଠ ଦେଶରେ ପରିଣତ କରାଯାଇପାରିବ ବୋଲି କେଜ୍‌ରିଓ୍ବାଲ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri