Posted inଜାତୀୟ

କେବଳ ଭାଜପାର ନୁହେଁ, ପୁରା ଦେଶର ପ୍ରଧାନମନ୍ତ୍ରୀ ହେଉଛନ୍ତି ମୋଦି: ଫାରୁକ୍‌ ଅବଦୁଲ୍ଲା

ନୂଆଦିଲ୍ଲୀ,୯।୩: ୨୦୨୪ ଲୋକ ସଭା ନିର୍ବାଚନ ସହ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ମଧ୍ୟ ହୋଇପାରେ ବୋଲି କଳ୍ପନାଜଳ୍ପନା ଚାଲିଛି। ଏହାକୁ ନେଇ ନିର୍ବାଚନ ଆୟୋଗଙ୍କ ଏକ ଟିମ୍‌ ଜମ୍ମୁ କଶ୍ମୀରରେ ପହଞ୍ଚିଥିଲେ। ଏହି ସମୟରେ ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜାତୀୟ ସମ୍ମିଳନୀ ମୁଖ୍ୟ ଫାରୁକ୍‌ ଅବଦୁଲ୍ଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିଥିବା ଦେଖାଯାଇଛି। ନିକଟରେ ସମାଜବାଦୀ ପାର୍ଟି ପ୍ରମୁଖ ଅଖିଳେଶ ଯାଦବ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଅବଦୁଲ୍ଲା ଅଖିଳେଶଙ୍କ କଥାକୁ ବିରୋଧ କରିଛନ୍ତି।

ଅବଦୁଲ୍ଲା କହିଛନ୍ତି, ‘ମୁଁ ଜାଣେନାହିଁ ଯେ ଅଖିଳେଶ ଯାଦବ କ’ଣ କହିଛନ୍ତି ଏବଂ କେଉଁ ପରିସ୍ଥିତିରେ କହିଛନ୍ତି। ଯେହେତୁ ପ୍ରଧାନମନ୍ତ୍ରୀଙ୍କ କଥା ଉଠିଛି ତେଣୁ ସେ କେବଳ ଭାଜପାର ପ୍ରଧାନମନ୍ତ୍ରୀ ନୁହଁନ୍ତି, ପ୍ରତ୍ୟେକ ଭାରତୀୟଙ୍କ ପ୍ରତିନିଧିତ୍ୱ କରିଛନ୍ତି। ପ୍ରଧାନମନ୍ତ୍ରୀ ମୁସଲମାନ, ହିନ୍ଦୁ, ଶିଖ୍‌, ଖ୍ରିଷ୍ଟିଆନ୍‌ ଏବଂ ଭାରତରେ କୌଣସି ଧର୍ମ ନ ଥିବା ବ୍ୟକ୍ତିମାନଙ୍କର ପ୍ରତିନିଧିତ୍ୱ କରୁଛନ୍ତି। ସେ ଆମର ପ୍ରଧାନମନ୍ତ୍ରୀ ଅଟନ୍ତି। ’

ତେବେ ଯଦି ଆପଣ ଭାବୁଛନ୍ତି ଫାରୁକ୍‌ ପ୍ରଥମ ଥର ପାଇଁ ମୋଦିଙ୍କ ପ୍ରଶଂସା କରିଛନ୍ତି, ତେବେ ଆପଣ ଭୁଲ ଭାବୁଛନ୍ତି। କାରଣ ଗତ ମାସରେ ପ୍ରଧାନମନ୍ତ୍ରୀ କଶ୍ମୀର ଉପତ୍ୟକାରେ ପ୍ରଥମ ବୈଦୁତିକ ଟ୍ରେନ୍‌ ଏବଂସାଙ୍ଗଲଦାନ ଷ୍ଟେଶନ ଏବଂ ବାରମୁଳା ଷ୍ଟେଶନ୍‌ ମଧ୍ୟରେ ଟ୍ରେନ୍‌ ସେବାକୁ ଉନ୍ମୋଚିତ କରିଥିଲେ। ସେତେବେଳେ ଫାରୁକ୍‌ ମୋଦିଙ୍କୁ କୃତଜ୍ଞତା ଜଣାଇବା ସହ ତାଙ୍କୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri