Posted inଜାତୀୟ

ଆତଙ୍କବାଦୀଙ୍କ ଟାର୍ଗେଟରେ ମୋଦୀ! ଗୁଇନ୍ଦାର ସାଂଘାତିକ ଖୁଲାସା

ନୂଆଦିଲ୍ଲୀ, ୪।୫: ଜମ୍ମୁ ଓ କଶ୍ମୀରର ପହଲଗାମରେ ଗତ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲାରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏବେ ଗୁପ୍ତଚର ସୂଚନାରୁ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି ଯେ, ଆତଙ୍କବାଦୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରି ଏକ ବଡ଼ ହମଲାର ଯୋଜନା କରୁଥିଲେ।

ଗୁପ୍ତଚର ସୂଚନା ଅନୁଯାୟୀ, ଆତଙ୍କବାଦୀମାନେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏପ୍ରିଲ ୧୯ ତାରିଖରେ ଜମ୍ମୁ ଓ କାଶ୍ମୀର ଗସ୍ତ ସମୟରେ ହମଲା କରିବାର ଯୋଜନା କରୁଥିଲେ। ମୋଦୀ ଏହି ଗସ୍ତରେ କଟରା-ଶ୍ରୀନଗର ମଧ୍ୟରେ ଚାଲୁଥିବା ବନ୍ଦେ ଭାରତ ଟ୍ରେନ ସେବାର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିଲା। କିନ୍ତୁ ଏହି କାର୍ଯ୍ୟକ୍ରମ ସ୍ଥଗିତ ହେବା ଯୋଗୁଁ ଆତଙ୍କୀମାନେ ପହଲଗାମର ବୈସରଣ ଉପତ୍ୟକାରେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଏହି ନୃଶଂସ ହମଲା କରିଥିଲେ। ଏହି ଘଟଣାରେ ପାକିସ୍ତାନର ଗୁପ୍ତଚର ସଂସ୍ଥା ଆଇଏସଆଇ ଏବଂ ଲସ୍କର-ଏ-ତୋଇବା (ଏଲଇଟି) ସହ ଜଡିତ ଥିବା ସୂଚନା ମିଳିଛି।

ଜାତୀୟ ତଦନ୍ତ ସଂସ୍ଥା (ଏନଆଇଏ) ର ତଦନ୍ତରୁ ଜଣାପଡିଛି ଯେ, ହମଲାର କିଛି ଦିନ ପୂର୍ବରୁ ଗୁପ୍ତଚର ସଂସ୍ଥାମାନେ ଶ୍ରୀନଗର ଏବଂ ଆଖପାଖ ଅଞ୍ଚଳରେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଆତଙ୍କୀ ହମଲାର ସମ୍ଭାବନା ଥିବା ସୂଚନା ପାଇଥିଲେ। ତେବେ ଏହି ସୂଚନା ଖୁବ ର୍ନିଦ୍ଦିଷ୍ଟ ନ ଥିଲା, ଯାହା ଯୋଗୁଁ ଏହାକୁ ପୂର୍ବରୁ ରୋକାଯାଇ ପାରିନଥିଲା। ଏନଆଇଏ ତଦନ୍ତରୁ ଏହା ମଧ୍ୟ ଜଣାପଡିଛି ଯେ, ହମଲାରେ ଚାରି ଆତଙ୍କୀ ମଧ୍ୟରୁ ଦୁଇଜଣ ଦକ୍ଷିଣ କଶ୍ମୀରର ଏବଂ ଦୁଇଜଣ ପାକିସ୍ତାନୀ ନାଗରିକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri