Posted inଜାତୀୟ

ଆତଙ୍କବାଦୀଙ୍କ ଟାର୍ଗେଟରେ ମୋଦୀ! ଗୁଇନ୍ଦାର ସାଂଘାତିକ ଖୁଲାସା

ନୂଆଦିଲ୍ଲୀ, ୪।୫: ଜମ୍ମୁ ଓ କଶ୍ମୀରର ପହଲଗାମରେ ଗତ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲାରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏବେ ଗୁପ୍ତଚର ସୂଚନାରୁ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି ଯେ, ଆତଙ୍କବାଦୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରି ଏକ ବଡ଼ ହମଲାର ଯୋଜନା କରୁଥିଲେ।

ଗୁପ୍ତଚର ସୂଚନା ଅନୁଯାୟୀ, ଆତଙ୍କବାଦୀମାନେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏପ୍ରିଲ ୧୯ ତାରିଖରେ ଜମ୍ମୁ ଓ କାଶ୍ମୀର ଗସ୍ତ ସମୟରେ ହମଲା କରିବାର ଯୋଜନା କରୁଥିଲେ। ମୋଦୀ ଏହି ଗସ୍ତରେ କଟରା-ଶ୍ରୀନଗର ମଧ୍ୟରେ ଚାଲୁଥିବା ବନ୍ଦେ ଭାରତ ଟ୍ରେନ ସେବାର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିଲା। କିନ୍ତୁ ଏହି କାର୍ଯ୍ୟକ୍ରମ ସ୍ଥଗିତ ହେବା ଯୋଗୁଁ ଆତଙ୍କୀମାନେ ପହଲଗାମର ବୈସରଣ ଉପତ୍ୟକାରେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଏହି ନୃଶଂସ ହମଲା କରିଥିଲେ। ଏହି ଘଟଣାରେ ପାକିସ୍ତାନର ଗୁପ୍ତଚର ସଂସ୍ଥା ଆଇଏସଆଇ ଏବଂ ଲସ୍କର-ଏ-ତୋଇବା (ଏଲଇଟି) ସହ ଜଡିତ ଥିବା ସୂଚନା ମିଳିଛି।

ଜାତୀୟ ତଦନ୍ତ ସଂସ୍ଥା (ଏନଆଇଏ) ର ତଦନ୍ତରୁ ଜଣାପଡିଛି ଯେ, ହମଲାର କିଛି ଦିନ ପୂର୍ବରୁ ଗୁପ୍ତଚର ସଂସ୍ଥାମାନେ ଶ୍ରୀନଗର ଏବଂ ଆଖପାଖ ଅଞ୍ଚଳରେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଆତଙ୍କୀ ହମଲାର ସମ୍ଭାବନା ଥିବା ସୂଚନା ପାଇଥିଲେ। ତେବେ ଏହି ସୂଚନା ଖୁବ ର୍ନିଦ୍ଦିଷ୍ଟ ନ ଥିଲା, ଯାହା ଯୋଗୁଁ ଏହାକୁ ପୂର୍ବରୁ ରୋକାଯାଇ ପାରିନଥିଲା। ଏନଆଇଏ ତଦନ୍ତରୁ ଏହା ମଧ୍ୟ ଜଣାପଡିଛି ଯେ, ହମଲାରେ ଚାରି ଆତଙ୍କୀ ମଧ୍ୟରୁ ଦୁଇଜଣ ଦକ୍ଷିଣ କଶ୍ମୀରର ଏବଂ ଦୁଇଜଣ ପାକିସ୍ତାନୀ ନାଗରିକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri