Posted inଜାତୀୟ

କମୁନି ଲୋକପ୍ରିୟତା: ୧୩ଟି ଦେଶର ମୁଖ୍ୟଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପସନ୍ଦର ନେତା ହେଲେ ମୋଦି

ନୂଆଦିଲ୍ଲୀ,୧୮।୬: କରୋନା କାଳରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁନିଆର ସବୁଠାରୁ ଅଧିକ ଲୋକପ୍ରିୟ ନେତାଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ଅଛନ୍ତି। ଆମେରିକାର ଡାଟା ଇଣ୍ଟେଲିଜେନ୍ସ ଫାର୍ମ ମର୍ନିଂ କନ୍ସଲ୍ଟ ଦ୍ୱାରା କରାଯାଇଥିବା ଏକ ସର୍ଭେରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନ୍ୟ ବିଶ୍ୱ ନେତାଙ୍କ ତୁଳନାରେ ସବୁଠାରୁ ଲୋକପ୍ରିୟ ଅଟନ୍ତି। ମୋଦିଙ୍କର ୬୬% ଗ୍ଲୋବାଲ ଆପ୍ରୁଭାଲ୍‌ ରେଟିଂ ରହିଛି। ସର୍ବେକ୍ଷଣରୁ ମିଳିଥିବା ତଥ୍ୟ ଅନୁଯାୟୀ, କରୋନା ସଙ୍କଟରେ ମଧ୍ୟ ମୋଦି ଆମେରିକା, ବ୍ରିଟେନ, ରୁଷିଆ, ଅଷ୍ଟ୍ରେଲିଆ, କାନାଡା, ବ୍ରାଜିଲ, ଫ୍ରାନ୍ସ ଏବଂ ଜର୍ମାନୀ ସମେତ ୧୩ଟି ଦେଶର ଅନ୍ୟ ନେତାଙ୍କଠାରୁ ବହୁ ଆଗରେ ଅଛନ୍ତି।
ଆମେରିକାର ଡାଟା ଇଣ୍ଟେଲିଜେନ୍ସ ଫାର୍ମ ମର୍ନିଂ କନ୍ସଲ୍ଟ ଦ୍ୱାରା କରୋନା ସମୟରେ ଏହି ସର୍ଭେ କରାଯାଇଥିଲା। ଭାରତରେ ୨,୧୨୬ ବୟସ୍କଙ୍କ ଉପରେ ହୋଇଥିବା ଏକ ସର୍ଭେରେ ୬୬ ପ୍ରତିଶତ ଲୋକ ମୋଦିଙ୍କୁ ପସନ୍ଦ କରିଥିବାବେଳେ ୨୮ ପ୍ରତିଶତ ଲୋକ ତାଙ୍କୁ ନାପସନ୍ଦ କରିଛନ୍ତି। ଏହାପୂର୍ବରୁ ଏହି ଟ୍ରାକରକୁ ଜୁନ ୧୭ରେ ଅପ୍‌ଡେଟ୍‌ କରାଯାଇଥିଲା।
ଆମେରିକୀୟ ଡାଟା ଇଣ୍ଟେଲିଜେନ୍ସ ଫାର୍ମ ମର୍ନିଂ କନ୍ସଲ୍ଟ ପର୍ଯ୍ୟାୟକ୍ରମେ ବିଶ୍ୱ ନେତାଙ୍କ ଗ୍ଲୋବାଲ ଆପ୍ରୁଭାଲ୍‌ ରେଟିଂ ଟ୍ରାକ କରେ। ଏହି ସର୍ବେକ୍ଷଣରୁ ଜଣାପଡିଛି ଯେ ଦେଶର ନାଗରିକମାନଙ୍କ ନେତାଙ୍କ ବିଷୟରେ ସେମାନଙ୍କର ମତାମତ କ’ଣ ଏବଂ ସେମାନେ ତାଙ୍କୁ କେତେ ପସନ୍ଦ କରନ୍ତି। ଏହି ସର୍ଭେରେ ଇଟାଲୀ ପ୍ରଧାନମନ୍ତ୍ରୀ ମାରିଓ ଡ୍ରାଗି (୬୫%), ମେକ୍ସିକୋ ରାଷ୍ଟ୍ରପତି ଆଣ୍ଡ୍ରେସ ମାନୁଏଲ ଲୋପେଜ ଓବ୍ରାଡୋର (୬୩%), ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ (୫୪%), ଜର୍ମାନ ଚାନ୍ସେଲର ଆଞ୍ଜେଲା ମର୍କେଲ (୫୩%), ଆମେରିକା ରାଷ୍ଟ୍ରପତି ଜୋ ବିଡେନ (୫୩%), କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ (୪୮%), ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ (୪୪%), ଦକ୍ଷିଣ କୋରିଆ ରାଷ୍ଟ୍ରପତି ମୁନ୍‌ ଜେଇ-ଇନ (୩୭%), ସ୍ପେନର ରାଷ୍ଟ୍ରପତି ପେଡ୍ରୋ ସାନଚେଜ (୩୬%), ବ୍ରାଜିଲ ରାଷ୍ଟ୍ରପତି ଜାୟର ବୋଲସନାରୋ (୩୫%), ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ (୩୫%) ଏବଂ ଜାପାନ ପ୍ରଧାନମନ୍ତ୍ରୀ ୟୋସିହିଡେ ସୁଗାଙ୍କ ମୂଲ୍ୟାୟନ ରହିଛି (୨୯%)।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?