Posted inଜାତୀୟ

ଭାଜପାର ସଂକଳ୍ପ ପତ୍ର ଜାରି କଲେ ମୋଦି, ଜାଣନ୍ତୁ କ’ଣ ଦେଲେ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୪।୪: ସାଧାରଣ ନିର୍ବାଚନ ପାଇଁ ଆଜି ସଂକଳ୍ପ ପତ୍ର ଜାରି କଲା ଭାଜପା। ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ମୋଦିଙ୍କ ସହ ଭାଜପା ସଭାପତି ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉପସ୍ଥିତ ଅଛନ୍ତି।

ସଂକଳ୍ପ ପତ୍ର ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧନ କରି କହିଛନ୍ତି, ଆଜିର ଦିନ ଅତ୍ୟନ୍ତ ଶୁଭ, ଅନେକ ରାଜ୍ୟରେ ନବବର୍ଷ ପାଳନ ହେଉଛି। ଓଡ଼ିଶାରେ ପଣା ସଂକ୍ରାନ୍ତି ପାଳନ ହେଉଛି। ଏଭଳି ଶୁଭ ଦିନରେ ଭାଜପା ନିଜର ସଂକଳ୍ପ ପତ୍ର ଜାରି କରିଛି। ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ସଂକଳ୍ପ ପୂରଣ କରିବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ବହୁତ ଶୀଘ୍ର ଭାରତ ଅଲିମ୍ପିକ୍ସ ଆୟୋଜନ କରିବ ବୋଲି ମୋଦି ପହିଛନ୍ତି।

ତେବେ ସଂକଳ୍ପ ପତ୍ରରେ ଡିଗ୍ନିଟି ଅଫ ଲାଇଫ ଓ କ୍ବାଲିଟି ଅଫ ଲାଇଫକୁ ଫୋକସ କରିଛି।
ଆସନ୍ତା ୫ ବର୍ଷ ଯାଏଁ ମାଗଣା ରାସନ ଜାରି ରହିବ ବୋଲି କୁହାଯାଇଛି। ଦେଶରେ ଜନ ଔଷଧି କେନ୍ଦ୍ରର ବିସ୍ତାର ହେବ। ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ କରାଯିବ। ପାଇପ ଯୋଗେ ଘରେ ଘରେ ଶସ୍ତାରେ ଗ୍ୟାସ ପହଞ୍ଚିବ। ମୁଦ୍ରା ଯୋଜନାରେ ୨୦ ଲକ୍ଷ ପର୍ଯ୍ୟନ୍ତ ଋଣ ବୃଦ୍ଧି କରାଯିବ। ଗରିବଙ୍କ ପାଇଁ ଆହୁରି ୩ କୋଟି ଆବାସ ନିର୍ମାଣ ହେବ। ୩ କୋଟି ଭଉଣୀଙ୍କୁ ଲକ୍ଷପତି ଦିଦି ଭାବେ ମାନ୍ୟତା ଦିଆଯିବ। ମହିଳା ଖେଳାଳିଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ।

ସୂଚନାଥାଉ କି, ଚଳିତ ନିର୍ବାଚନ ନିମନ୍ତେ ଭାଜପାର ସଂକଳ୍ପ ପତ୍ରର ଥିମ ରହିଛି, ‘ମୋଦିଙ୍କ ଗ୍ୟାରେଣ୍ଟି-ବିକଶିତ ଭାରତ ୨୦୪୭’। ସୋସିଆଲ ମିଡିଆ କ୍ୟାମ୍ପେନ ଏବଂ ସାରା ଦେଶରୁ ମିଳିଥିବା ୧୫ଲକ୍ଷରୁ ଅଧିକ ପରାମର୍ଶକୁ ଆଧାର କରି ସଂକଳ୍ପ ପତ୍ର ପ୍ରସ୍ତୁତ କରିଛି ଭାଜପା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ନେତୃତ୍ୱରେ ଗଠିତ ଘୋଷଣାପତ୍ର କମିଟି ଏହାକୁ ପ୍ରସ୍ତୁତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri