ଏଲଏସିରୁ ସୈନ୍ୟ ପ୍ରତ୍ୟାହାର ପାଇଁ ମୋଦି-ଜିନପିଙ୍ଗ ସହମତ

ନୂଆଦିଲ୍ଲୀ/ଜୋହାନ୍ସବର୍ଗ,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ପୂର୍ବ ଲଦାଖର ଲାଇନ ଅଫ ଆକ୍‌ଚୁଆ କଣ୍ଟ୍ରୋଲ (ଏଲଏସି) ସଂଘର୍ଷ ପଏଣ୍ଟରୁ ସେମାନଙ୍କ ସୈନ୍ୟ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ଦେବାକୁ ସହମତ ହୋଇଛନ୍ତି। ଜୋହାନ୍ସବର୍ଗରେ ବ୍ରିକ୍ସ ଶିଖର ସମ୍ମିଳନୀରେ ଦୁହେଁ ସାକ୍ଷାତ ହୋଇଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ସ୍ପଷ୍ଟ ଭାବେ ରାଷ୍ଟ୍ରପତି ଜିନପିଙ୍ଗଙ୍କୁ କହିଛନ୍ତି ଯେ, ଚାଇନାକୁ ଏଲଏସସିକୁ ସମ୍ମାନ କରିବାକୁ ପଡ଼ିବ। ବ୍ରିକ୍ସ ସମ୍ମିଳନୀ ଶେଷ ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ଗୁରୁବାର ବିଳମ୍ବିତ ରାତିରେ ଗ୍ରୀସ ଅଭିମୁଖେ ଯାତ୍ରା କରିଥିଲେ। ସେ ଗ୍ରୀସର ପ୍ରଧାନମନ୍ତ୍ରୀ କିରିଆକୋସ ମିତସୋଟାକିସଙ୍କ ସହ ଦ୍ୱିପାକ୍ଷିକ ସମ୍ପର୍କର ଉନ୍ନତି ବିଷୟରେ ଆଲୋଚନା କରିବେ।
ମୋଦି-ଜିନପିଙ୍ଗ ବୈଠକକ ସମ୍ପର୍କରେ ସୂଚନା ଦେଇ ବୈଦେଶିକ ସଚିବ ବିନୟ ମୋହନ କ୍ୱାଟ୍ରା କହିଛନ୍ତି ଯେ, ସୀମାରେ ଥିବା ଉତ୍ତେଜନାକୁ ହ୍ରାସ କରିବାକୁ ଦୁଇ ନେତାଙ୍କ ମଧ୍ୟରେ ଚୁକ୍ତି ହୋଇଛି। ସି ଜିନପିଙ୍ଗଙ୍କ ସମ୍ମୁଖରେ ଏଲଏସିର ପଶ୍ଚିମ ସେକ୍ଟରରେ ବିବାଦୀୟ ପ୍ରସଙ୍ଗରେ ଭାରତର ଚିନ୍ତାକୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଏହା ମଧ୍ୟ ସ୍ପଷ୍ଟ କରାଯାଇଥିଲା ଯେ, ସମ୍ପର୍କକୁ ସୱାଭାବିକ କରିବା ପାଇଁ ଏଲଏସିର ସମ୍ମାନ ଏବଂ ଶାନ୍ତି ଆବଶ୍ୟକ। ମେ ୨୦୨୦ରେ ଆରମ୍ଭ ହୋଇଥିବା ପୂର୍ବ ଲଦାଖ ସୀମା ବିବାଦ ପରେ ଦୁଇ ଦେଶ ମଧ୍ୟରେ ତିକ୍ତତା ଆହୁରି ଗଭୀର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri