Posted inଜାତୀୟ

ମୋଦି-କିଶିଦା ଭେଟ: ଦ୍ୱିପାକ୍ଷିକ ସହଯୋଗ ସହିତ ଚାଇନା କାର୍ଯ୍ୟକଳାପକୁ ଗୁରୁତ୍ୱ…

ନୂଆଦିଲ୍ଲୀ,୨୦।୩ : ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ସମୟରେ ଦୁଇ ଦେଶର ନେତାଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ପ୍ରତିରକ୍ଷା, ବାଣିଜ୍ୟ, ପୁଞ୍ଜି ବିନିଯୋଗ ଏବଂ ଉଚ୍ଚ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଭାରତ ଏବଂ ଜାପାନ ମଧ୍ୟରେ ସହଯୋଗ ବୃଦ୍ଧି ଉପରେ ଆଲୋଚନା ହୋଇଥିବା କୁହାଯାଉଛି।

ଏହା ସହିତ ସହିତ ଚାଇନା କାର୍ଯ୍ୟକଳାପ ଉପରେ ଗୁରୁତ୍ୱାରୋପ କରାଯାଇଥିବା କୁହାଯାଉଛି। ଭାରତ ଏବଂ ଜାପାନ ଚାଇନାର ବଢୁଥିବା ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛନ୍ତି। ଲଦାଖ ଏବଂ ଅରୁଣାଚଳ ପ୍ରଦେଶରେ ଏଲଏସି ଉପରେ ଚାଇନ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରୁଛି। ଏଥି ସହିତ ଚାଇନା ମଧ୍ୟ ସେନକାକୁ ଦ୍ୱୀପପୁଞ୍ଜ ଉପରେ ନିଜର ଅଧିକାର ଜାହିର କରିଛି, ଯେଉଁଥିପାଇଁ ଜାପାନ ସହ ବିବାଦ ଲାଗି ରହିଛି। ଏଭଳି ସ୍ଥଳେ ଭାରତ ଏବଂ ଜାପାନ ମଧ୍ୟରେ ସହଯୋଗ ବୃଦ୍ଧିର ଆବଶ୍ୟକତା ରହିଛି।

ସୂଚନାଯାଗ୍ୟ,ଜାପାନର ପ୍ରଧାନମନ୍ତ୍ରୀ ଭାରତରେ ପ୍ରାୟ ୨୭ ଘଣ୍ଟା ବିତାଇବେ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ସେ ଏକ ଥିଙ୍କ ଟ୍ୟାଙ୍କ ଇଭେଣ୍ଟରେ ମଧ୍ୟ ଯୋଗଦେବେ। ଯେଉଁଠାରେ ସେ ତାଙ୍କ ଭାଷଣ ମାଧ୍ୟମରେ ଏକ ମୁକ୍ତ ଇଣ୍ଡୋ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ପାଇଁ ଯୋଜନା ପ୍ରସ୍ତୁତ କରିବେ। ଚାଇନା କ୍ରମାଗତ ଭାବରେ ଭାରତ ପ୍ରଶାନ୍ତ ମହାସାଗରରେ ନିଜର ଶକ୍ତି ବୃଦ୍ଧି କରୁଛି। ଏହି କାରଣରୁ ଭାରତ, ଜାପାନ, ଆମେରିକା ଏବଂ ଅଷ୍ଟ୍ରେଲିଆ କ୍ୱାଡ ଗଠନ କରି ଚାଇନା ଆହ୍ବାନର ମୁକାବିଲା କରିବାକୁ ଯୋଜନା କରିଛନ୍ତି।

ମୁକ୍ତ ଭାରତ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ପାଇଁ ଭାରତର ବଢୂଥିବା ଭୂମିକା ଉପରେ ସେ ମଧ୍ୟ ନିଜର ମତ ଦେବେ। ମୁକ୍ତ ଭାରତ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ପାଇଁ ଭାରତ ଏବଂ ଜାପାନ ମଧ୍ୟରେ ପାଟ୍ରୋଲିଂ ବୃଦ୍ଧି, ସାମୁଦ୍ରିକ ଆଇନ, ସାଇବର ସୁରକ୍ଷା, ଡିଜିଟାଲ ଏବଂ ସବୁଜ ଶକ୍ତି ପାଳନ କରିବାର କ୍ଷମତା ବୃଦ୍ଧି କରିବା ଅପରିହାର୍ଯ୍ୟ ହୋଇପଡ଼ିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri