Posted inଜାତୀୟ

‘ଏକଛତ୍ରବାଦୀ ମୋଦି ସରକାରଙ୍କୁ ହଟାଇବାକୁ ପଡିବ’

ପାଟନା,୧୭।୮: ବିହାରରେ ପରିବର୍ତ୍ତିତ ସମୀକରଣ ଏବଂ କ୍ୟାବିନେଟ ବିସ୍ତାର ମଧ୍ୟରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ବୁଧବାର ଲାଲୁ ତାଙ୍କର ପୁରୁଣା ଶୈଳୀରେ ନଜର ଆସିଥିଲେ। ୨୦୨୪ ଲୋକ ସଭା ନିର୍ବାଚନ ରଣନୀତି ସମ୍ବନ୍ଧୀୟ ପ୍ରଶ୍ନ ଉପରେ ସେ କହିଛନ୍ତି, ହଟାଇବାର ଅଛି ତ ଏକଛତ୍ରବାଦୀ ମୋଦି ସରକାରଙ୍କୁ ଆମକୁ ହଟାଇବାକୁ ପଡିବ।
ବିହାରର ନୂତନ ମନ୍ତ୍ରୀମଣ୍ଡଳ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ଲାଲୁ ଯାଦବ ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି। ଭାଜପା ନେତା ସୁଶୀଲ ମୋଦିଙ୍କ ଅଭିଯୋଗ ଉପରେ ଲାଲୁ ଯାଦବ କହିଛନ୍ତି, ସୁଶୀଲ ମୋଦିଙ୍କ କ’ଣ ଅଛି? ସେ ଜଣେ ମିଥ୍ୟାବାଦୀ। ନୂଆ ମନ୍ତ୍ରୀମଣ୍ଡଳକୁ ନେଇ କୌଣସି ଆପତ୍ତି ଏବଂ ଅଭିଯୋଗ ନାହିଁ।
ବିହାରର ନୂତନ ଆଇନ ମନ୍ତ୍ରୀ କାର୍ତ୍ତିକେୟ ସିଂ ଗତକାଲି ଶପଥ ନେଇଛନ୍ତି ଏବଂ ଗତକାଲି ତାଙ୍କୁ ଏକ ଅପହରଣ ମାମଲାରେ କୋର୍ଟରେ ଆତ୍ମସମର୍ପଣ କରିବାର ଥିଲା। ଏହି ପ୍ରସଙ୍ଗରେ ବିରୋଧୀ ତାଙ୍କ ଉପରେ ଟାର୍ଗେଟ୍‌ କରୁଛନ୍ତି।
ସୂଚନାଯୋଗ୍ୟ, ଅସୁସ୍ଥତା ଯୋଗୁ ଲାଲୁ ପ୍ରସାଦ ଯାଦବ ଦିଲ୍ଲୀରେ ଦୀର୍ଘ ଦିନ ହେବ ଥିଲେ। ଏହି ସମୟରେ ସେ ଗଣମାଧ୍ୟମ କିମ୍ବା ସୋସିଆଲ ମିଡିଆରେ କୌଣସି ବିବୃତ୍ତି ଦେଉ ନ ଥିଲେ। ଲାଲୁ ଆଜି ପାଟନାରେ ପହଞ୍ଚିଛନ୍ତି। ସେ ଏଠାକୁ ଆସିବା ମାତ୍ରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri