Posted inଜାତୀୟ

ପାକିସ୍ତାନ ଉପରେ ବର୍ଷିଲେ ମୋଦି କହିଲେ, ଜମ୍ମୁ-କଶ୍ମୀରେ ଲାଗୁ ହେବାକୁ ଦେବୁ ନାହିଁ…

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରି ମୋଦି କଂଗ୍ରେସ, ନାଶନାଲ କନଫରେନ୍ସ ଏବଂ ପିଡିପି ଉପରେ ଖୁବ ବର୍ଷିଛନ୍ତି। ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଧାରା ୩୭୦ଉପରେ ଦେଇଥିବା ବିବୃତ୍ତିରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, କଂଗ୍ରେସ-ନାଶନାଲ କନଫରେନ୍ସକୁ ନେଇ ଜ୍‌ମ୍ମୁ କଶ୍ମୀରରେ ଉତ୍ସାହ ନ ଥାଇପାରେ, କିନ୍ତୁ ପଡୋଶୀ ଦେଶ (ପାକିସ୍ତାନ) ଏହାକୁ ନେଇ ବହୁତ ଉତ୍ସାହିତ ଅଛନ୍ତି। ପାକିସ୍ତାନରେ କଂଗ୍ରେସ-ନାଶନାଲ କନଫରେନ୍ସ ମିଳିତ ମେଣ୍ଟ ବୃଦ୍ଧି ପାଇବାରେ ଲାଗିଛି। ତାଙ୍କର ଘୋଷଣାପତ୍ରକୁ ନେଇ ପାକିସ୍ତାନ ଖୁବ ଉତ୍ସାହିତ ଅଛି।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖୋଲାଖୋଲି ଭାବେ କଂଗ୍ରେସ-ନାଶନାଲ କନଫରେନ୍ସକୁ ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ ଧାରା ୩୭୦ ଏବଂ ୩୫ଏ ସମ୍ବନ୍ଧରେ କଂଗ୍ରେସ ଏବଂ ନାଶନାଲ କନଫରେନ୍ସର ଏଜେଣ୍ଡା ପାକିସ୍ତାନର ଏଜେଣ୍ଡା ସହିତ ସମାନ। ଅର୍ଥାତ୍‌ କଂଗ୍ରେସତ୍ନାଶନାଲ କନଫରେନ୍ସର ପୋଲ ପାକିସ୍ତାନ ନିଜେ ଖୋଲି ଦେଇଛି।
ଏହାପୂର୍ବରୁ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଧାରା ୩୭୦ରଦ୍ଦ କରିବାକୁ ଓକିଲାତି କରି କହିଥିଲେ ଯେ ଜମ୍ମୁ କଶ୍ମୀରରେ ଧାରା ୩୭୦ଏବଂ ୩୫ଏ ପୁନରୁଦ୍ଧାର ପାଇଁ ପାକିସ୍ତାନ ଏବଂ ନାଶନାଲ କନଫରେନ୍ସ-କଂଗ୍ରେସ ମେଣ୍ଟ ମିଳିତ ହୋଇଛି। ଗଣମାଧ୍ୟମ ଅନୁମାନ କରିଥିଲା କି କାଟରାରେ ମୋଦି ପାକିସ୍ତାନ ଉପରେ ବର୍ଷି ପାରନ୍ତି।
ପ୍ରଧାନମନ୍ତ୍ରୀ କହିଛନ୍ତି, ମୋଦି ଆଜି କଂଗ୍ରେସ-ନାଶନାଲ କନଫରେନ୍ସ ଉପରେ ଆକ୍ରମଣ କରୁଛନ୍ତି … ଜ୍‌ମ୍ମୁ କଶ୍ମୀରରେ ପାକିସ୍ତାନର ଏଜେଣ୍ଡା କାର୍ଯ୍ୟକାରୀ କରିବାକୁ ଆମେ ଅନୁମତି ଦେବୁ ନାହିଁ। ଜମ୍ମୁ କଶ୍ମୀରରେ ବିଶ୍ୱର କୌଣସି ଶକ୍ତି ଧାରା ୩୭୦ ଫେରାଇ ଆଣିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri