ୟୁଏଇରେ ରୁପେ କାର୍ଡର ଶୁଭାରମ୍ଭ କଲେ ମୋଦି…

ଆବୁଧାବି,୧୩।୨ : ଭାରତରେ ବିକଶିତ ହୋଇଥିବା ରୁପେ କାର୍ଡ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ମଧ୍ୟ ପ୍ରଚଳନ ହେବା ଆରମ୍ଭ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇର ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାଏଦ ଅଲ ନାହାନ ମଙ୍ଗଳବାର ଆବୁଧାବିରେ ରୁପେ କାର୍ଡ ସେବା ଆରମ୍ଭ କରିଛନ୍ତି। ରାଷ୍ଟ୍ରପତି ନାହାନ ତାଙ୍କ ନାମଥିବା କାର୍ଡକୁ ‘ସ୍ବାଇପ’ କରି ଏହାର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଆମେ ଉଭୟ ୟୁପିଆଇ ରୁପେ କାର୍ଡ ଏବଂ ଆପକେ ଜୟୱାନ କାର୍ଡର ପରିଚୟ ଦେଇ ଏକ ନୂତନ ଫିଣ୍ଟେକ ଯୁଗ ଆରମ୍ଭ କରୁଛୁ, ଯାହା ଏକ ବଡ଼ ସଫଳତା। ଏହା ମାଧ୍ୟମରେ ଭାରତର ୟୁପିଆଇ ପେମେଣ୍ଟ ସିଷ୍ଟମ ଏବଂ ୟୁଏଇର ଏଏନଆଇ ସିଷ୍ଟମ ଏକତ୍ର ସଂଯୋଗ ହେବାର ସୁଯୋଗ ପାଇବେ । ଏହା ସହିତ ଉଭୟ ଦେଶର ଲୋକମାନେ କୌଣସି ପ୍ରତିବନ୍ଧକ ବିନା କାରବାରର ସୁବିଧା ପାଇପାରିବେ। ଗତ ବର୍ଷ ଜୁଲାଇରେ ସ୍ବାକ୍ଷରିତ ଇଣ୍ଟରଲିଙ୍କିଂ ପେମେଣ୍ଟ ଏବଂ ମେସେଜିଂ ସିଷ୍ଟମର ଏହା ଫଳାଫଳ ।

ଏଥି ସହିତ, ଡେବିଟ / କ୍ରେଡିଟ କାର୍ଡକୁ ଆନ୍ତଃ- ସଂଯୋଗ କରିବା ପାଇଁ ଆଉ ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି, ଯେଉଁଥିରେ ଜୟୱାନ (ୟୁଏଇ) ରୁପେ କାର୍ଡ (ଭାରତ) ସହିତ ସଂଯୁକ୍ତ ହେବ। ଏହା ଦ୍ୱାରା ରୁପେ କାର୍ଡର ପ୍ରସାର ବୃଦ୍ଧି ପାଇବ। ଏହା ପୂର୍ବରୁ ନେପାଳ, ଭୁଟାନ, ସିଙ୍ଗାପୁରର ଶ୍ରୀଲଙ୍କା, ମରିସସ ଏବଂ ଆଫ୍ରିକାରେ ରୁପେ କାର୍ଡ ଲଞ୍ଚ କରାଯାଇଛି। ଏହା ଡିଜିଟାଲ କାରବାରକୁ ପ୍ରୋତ୍ସାହିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri