‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ମୋଦି: ଖାତାକୁ ଗଲା ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୧୬।୯ : ଅପେକ୍ଷାରେ ହେଲା ଅନ୍ତ । ମହିଳାମାନଙ୍କ ପାଇଁ ଖୁସି ଖବର । ବ୍ୟାଙ୍କ୍‌ ଆକାଉଣ୍ଟକୁ ଗଲା ସୁଭଦ୍ରା  ଟଙ୍କା ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ, ଭାଜପା ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିଥିଲେ ମୋଦି।  ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି  ।

 

ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରେ ବିମାନ ବନ୍ଦରରେ ପହଞ୍ଚି ଥିଲେ। ପରେ ସେ ରାଜଭବନ ଛକଦେଇ ଗାଡ଼କଣ ଯାଇଥିଲେ। ସେଠାରେ ସେ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ଗୃହପ୍ରବେଶ କରାଇଥିଲେ। ପରେ ମୋଦି ମହିଳାଙ୍କଠାରୁ କ୍ଷିରୀ ଖାଇ ଖୁସି ବ୍ୟକ୍ତ କରିଥିଲେ। ଏହି ଅବସରରେ ମହିଳାଙ୍କଠାରୁ ମହାପ୍ରଭୁ ଜଗନ୍ନାଥଙ୍କ ପଟଚିତ୍ର ଉପହାର ସ୍ବରୁପ ଗ୍ରହଣ କରିଥିଲେ। ପରେ ସେ ସେଠାରୁ ଜନତାମଇଦାନଦ ଆସିଥିଲେ। ପରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରି କରିଥିଲେ।

ଏପରିକି ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ସୁଭଦ୍ରା ଯୋଜନାର ଶୁଭାରମ୍ଭ ନେଇ ଉତ୍ସାହିତ ଥିବା କହିଥିଲେ। ’ସୁଭଦ୍ରା ଯୋଜନା’ ନାରୀ ସଶକ୍ତୀକରଣକୁ ଆଗକୁ ବଢ଼ାଇବ ଏବଂ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ କରି ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri