Posted inଜାତୀୟ

ସଂସଦ ଭବନର ଶିଳାନ୍ୟାସ କଲେ ମୋଦି: ୨୦୨୨ ଅଗଷ୍ଟ ସୁଦ୍ଧା ଶେଷ ହେବ ନିର୍ମାଣ କାର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ନୂଆ ସଂସଦ ଭବନର ଶିଳାନ୍ୟାସ କରିଛନ୍ତି। ଏହାର ନିର୍ମାଣ କାର୍ଯ୍ୟ ୨୦୨୨ ଅଗଷ୍ଟ ସୁଦ୍ଧା ଶେଷ ହେବ ବୋଲି କୁହାଯାଉଛି। ସ୍ବାଧୀନତାର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ନୂଆ ସଂସଦ ଭବନ ନିର୍ମାଣ କାର୍ଯ୍ୟ ଶେଷ ହେବାର ଯୋଜନା ରହିଛି। ଏହାର ନିର୍ମାଣ କାର୍ଯ୍ୟ ଟାଟା ପ୍ରୋକେଜ୍ଟ ଲମିଟେଡ୍‌ ଦ୍ୱାରା କରାଯିବ। ମୋଟ ୬୪,୫୦୦ ବର୍ଗ ମିଟର ପରିମିତ ଅଞ୍ଚଳରେ ନୂଆ ସଂସଦ ଭବନ ନିର୍ମାଣ କରାଯିବ। ଯାହାକି ପୁରୁଣା ସଂସଦ ଭବନର ନିର୍ମାଣ ସ୍ଥଳଠାରୁ ୧୭ ହଜାର ବର୍ଗ ମିଟର ଅଧିକ। ନୂଆ ସଂସଦ ଭବନରେ ଲୋକ ସଭା ସଦସ୍ୟଙ୍କ ପାଇଁ ୮୮୮ ସିଟ୍‌ ଏବଂ ରାଜ୍ୟ ସଭା ସଦସ୍ୟଙ୍କ ପାଇଁ ୩୮୪ ସିଟ୍‌ ରହିବ। ନୂଆ ସଂସଦ ଭବନରେ ୧୨୨୪ ସଦସ୍ୟ ଏକା ସହିତ ବସିବାର ସୁବିଧା ମଧ୍ୟ ରହିବ। ପ୍ରତି ସଦସ୍ୟଙ୍କ ପାଇଁ ୪୦ ବର୍ଗମିଟର ପରିମିତ ଅଞ୍ଚଳରେ ଏକ କାର୍ଯ୍ୟାଳୟ ମଧ୍ୟ ରହିବ। ଏହାର ନିର୍ମାଣରେ ୯୭୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri