Posted inଜାତୀୟ

‘କୋଭିଡ୍‌ ବେଳେ ଚାଷୀଙ୍କୁ ରାସ୍ତାରେ ଛାଡ଼ିଥିଲେ ମୋଦି’

କିଚ୍ଛା (ଉତ୍ତରାଖଣ୍ଡ),୬।୨ : କୋଭିଡ୍‌ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ହଜାର ହଜାର ଚାଷୀଙ୍କୁ ବର୍ଷେରୁ ଊର୍ଦ୍ଧ୍ୱ କାଳ ରାସ୍ତାରେ ଛାଡ଼ିଥିଲେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ଭାରତରେ ଏବେ ପ୍ରଧାନମନ୍ତ୍ରୀ ନୁହନ୍ତି, ଜଣେ ରାଜା ରହିଛନ୍ତି। ତାଙ୍କ ନିଷ୍ପତ୍ତିକୁ ଜନସାଧାରଣ ନୀରବରେ ଗ୍ରହଣ କରିନେବେ ବୋଲି ସେ ବିଶ୍ୱାସ କରୁଥିବା ରାହୁଲ କହିଛନ୍ତି। ଉତ୍ତରାଖଣ୍ଡରେ ଏକ ରାଲିକୁ ସମ୍ବୋଧିତ କରି ସେ କହିଥିଲେ, କଂଗ୍ରେସ ଏଭଳି ସରକାର ଦେବାକୁ ଚାହୁଁଛି, ଯାହା କୃଷକ, ଯୁବବର୍ଗ ଓ ଗରିବଙ୍କ ସହ ମିଶି କାର୍ଯ୍ୟ କରିବ। ମନମୋହନ ସିଂଙ୍କ ନେତୃତ୍ୱାଧୀନ ଉପା ସରକାର ସମୟରେ ଚାଷୀମାନଙ୍କ ଅନୁରୋଧ କ୍ରମେ ୧୦ ଦିନ ମଧ୍ୟରେ ୭୦ ହଜାର କୋଟି ଟଙ୍କାର କୃଷିଋଣ ଛାଡ଼ କରାଯାଇଥିଲା। କଂଗ୍ରେସ ଚାଷୀମାନଙ୍କ ପାଇଁ କଦାପି ଦ୍ୱାର ବନ୍ଦ କରିନାହିଁ। ଦେଶରେ ସମ୍ପତ୍ତି ପାର୍ଥକ୍ୟକୁ ନେଇ କଂଗ୍ରେସ ନେତା ଦୁଇଟି ଭାରତ କଥା ଦୋହରଇଛନ୍ତି। ଗୋଟିଏ ଭାରତରେ ଧନୀ ଶିଳ୍ପପତି, ପଞ୍ଚତାରକା ହୋଟେଲ ଏବଂ ମର୍ସିଡିସ୍‌ କାର ଥିବାବେଳେ ଅନ୍ୟ ଭାରତରେ ଗରିବ, ବେରୋଜଗାରୀ ଓ ମୁଦ୍ରାସ୍ଫୀତି ବଢ଼ିଚାଲିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri