Posted inଜାତୀୟ

ପ୍ରଧାନମନ୍ତ୍ରୀ କହିଲେ ଏହା ୧୦୦ ବର୍ଷର ବିଶ୍ୱାସର ବଜେଟ

ନୂଆଦିଲ୍ଲୀ,୧ ।୨: ମଙ୍ଗଳବାର ଉପସ୍ଥାପିତ ହୋଇଛି ବଜେଟ ୨୦୨୨ । ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଏହି ବଜେଟ ୧୦୦ ବର୍ଷର ଭୟଙ୍କର ବିପତ୍ତି(କରୋନା ଭାଇରସ ବିଶ୍ୱ ମହାମାରୀ) ମଧ୍ୟରେ ଏହା ବିକାଶର ନୂଆ ବିଶ୍ୱାସ ନେଇ ଆସିଛି । ଏହି ବଜେଟ ଅର୍ଥବ୍ୟବସ୍ଥାକୁ ମଜଭୁତ କରିବା ସହ ସାଧାରଣ ଜନତାଙ୍କ ପାଇଁ ଅନେକ ନୂଆ ଅବସରର ନିର୍ମାଣ କରିବ ।

ମୋଦି କହିଛନ୍ତି ଏହା ୧୦୦ବର୍ଷର ବିଶ୍ୱାସର ବଜେଟ । ବଜେଟକୁ ନେଇ ଲୋକଙ୍କର ସକରାତ୍ମକ ପ୍ରତିକ୍ରିୟା ମିଳୁଛି । ବଜେଟରେ ସମ୍ପୂର୍ଣ୍ଣ ଫୋକସ ଗରିବଙ୍କ କଲ୍ୟାଣ ଉପରେ ଦିଆଯାଇଛି । ଏହାଦ୍ୱାରା ରୋଜଗାରର ସମ୍ଭାବନା ବଢିବ । ଉତ୍ତର ପ୍ରଦେଶ, ଝାଡଖଣ୍ଡ, ବିହାର ଓ ଉତ୍ତରାଖଣ୍ଡ ଭଳି ରାଜ୍ୟ ଉପରେ ଧ୍ୟାନ ଦିଆଯାଇଛି ।
ପ୍ରଧାନମନ୍ତ୍ରୀ କହିଛନ୍ତି ଏହି ବଜେଟ ଅଧିକ ଇନଫ୍ରାଷ୍ଟ୍ରକ୍‌ଚର, ଅଧିକ ଇନଭେଷ୍ଟମେଣ୍ଟ, ଅଧିକ ଗ୍ରୋଥ ଓ ଅଧିକ ନିଯୁକ୍ତିର ନୂଆ ସମ୍ଭାବନାରେ ଭରପୁର ରହିଛି । ଏହାଦ୍ୱାରା ‘ଗ୍ରୀନ ଜବ୍ସ’ର ବି କ୍ଷେତ୍ର ଖୋଲିବ ।
ମୋଦି ଆହୁରି ମଧ୍ୟ କହିଛନ୍ତି ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଜମ୍ମୁ-କଶ୍ମୀର, ନର୍ଥ ଇଷ୍ଟ ଭଳି ସ୍ଥାନ ଲାଗି ପ୍ରଥମଥର ଦେଶରେ ପର୍ବତମାଳା ଯୋଜନା ଆରମ୍ଭ କରାଯାଇଛି । ଏହି ଯୋଜନା ପାହାଡ଼ ଉପରେ ଟ୍ରାନ୍ସପୋଟେଶନ ଆଧୁନିକ ବ୍ୟବସ୍ଥାର ନିର୍ମାଣ କରିବ । ଜନତା-ଜନାର୍ଦ୍ଦନଙ୍କ ସେବା ଆମର ଉତ୍ସାହକୁ ଅନେକ ଗୁଣା ବଢାଇ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri