ରୁଷିଆ ଗସ୍ତ ପୂର୍ବରୁ ବଡ଼ କଥା କହିଦେଲେ ମୋଦି

ନୂଆଦିଲ୍ଲୀ/ମସ୍କୋ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରୁଷିଆ ଏବଂ ଅଷ୍ଟ୍ରିଆ ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଭାରତ-ରୁଷିଆ ସମ୍ପର୍କ ଉପରେ ଆଲୋକପାତ କରିଥିଲେ। ମସ୍କୋ ଗସ୍ତ ପୂର୍ବରୁ ସେ କହିଛନ୍ତି, ଗତ ଦଶ ବର୍ଷ ମଧ୍ୟରେ ଦୁଇ ଦେଶ ମଧ୍ୟରେ ସ୍ବତନ୍ତ୍ର ରଣନୈତିକ ଭାଗିଦାରୀ ଅଗ୍ରଗତି ହୋଇଛି। ମୁଁ ମୋର ବନ୍ଧୁ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ୱିପାକ୍ଷିକ ସହଯୋଗର ସମସ୍ତ ଦିଗ ସମୀକ୍ଷା କରିବାକୁ ଅପେକ୍ଷା କରିଛି। ରୁଷିଆ ବ୍ୟତୀତ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଅଷ୍ଟ୍ରିଆ ଗସ୍ତ କରିବେ। ସେ ଅଷ୍ଟ୍ରିଆକୁ ଭାରତର ଏକ ଦୃଢ ଏବଂ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ଆମେ ଗଣତନ୍ତ୍ରର ଆଦର୍ଶ ବାଣ୍ଟୁଛୁ। ମୁଁ ଆମର ସହଭାଗିତାକୁ ନୂତନ କ୍ଷେତ୍ରରେ ଅଧିକ ଉଚ୍ଚତାକୁ ନେବାକୁ ଅପେକ୍ଷା କରିଛି।
ପ୍ରଧାନମନ୍ତ୍ରୀଙ୍କ ରୁଷିଆ ଗସ୍ତକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତକୁ ନେଇ ରୁଷିଆ ର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମଧ୍ୟ ବହୁତ ଉତ୍ସାହିତ ଅଛନ୍ତି।
ଦ୍ୱିପାକ୍ଷିକ କଥାବାର୍ତ୍ତାର କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ ରୁଷିଆରେ ଥିବା ଭାରତର ରାଷ୍ଟ୍ରଦୂତ ବିନୟ କୁମାର କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ପୁଟିନଙ୍କ ମଧ୍ୟରେ ଏକ ବ୍ୟକ୍ତିଗତ ବୈଠକ ହେବ। ଏହା ସହିତ ପ୍ରତିନିଧି ସ୍ତରୀୟ ଆଲୋଚନା ହେବ। ରାଷ୍ଟ୍ରପତି ପୁଟିନ ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପ୍ରତିନିଧୀଙ୍କ ପାଇଁ ଲଞ୍ଚ୍‌ ଆୟୋଜନ କରିବେ। ପ୍ରଧାନମନ୍ତ୍ରୀ ମଧ୍ୟ ଏକ ପ୍ରଦର୍ଶନୀ କେନ୍ଦ୍ର ପରିଦର୍ଶନ କରିବେ।
କରୋନା କାରଣରୁ ତିନି ବର୍ଷ ପରେ ଏହି ଶିଖର ସମ୍ମିଳନୀ ଅନୁଷ୍ଠିତ ହେଉଛି। ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର କରିବା ପାଇଁ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହେବ। ଉଭୟ ନେତା ଅନ୍ତର୍ଜାତୀୟ ପରିସ୍ଥିତି ଉପରେ ମଧ୍ୟ ଆଲୋଚନା କରିବେ। ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ମସ୍କୋରେ ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ଭେଟିବେ।
କରୋନା ପରେ ପ୍ରଧାନମନ୍ତ୍ରୀ ପ୍ରଥମ ଥର ପାଇଁ ରୁଷିଆ ଯାଉଛନ୍ତି। ସେ ଏହା ପୂର୍ବରୁ ୨୦୧୯ରେ ରୁଷିଆ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ନେତାଙ୍କ ମଧ୍ୟରେ ରୁଷିଆ -ୟୁକ୍ରେନ ବିବାଦ ଉପରେ ମଧ୍ୟ ଆଲୋଚନା ହୋଇପାରେ। ଭାରତ ଉଭୟ ଦେଶକୁ ଶାନ୍ତି ପାଇଁ ଅନେକ ଥର ନିବେଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ଘର ବିକ୍ରି ହେବ

ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri