ଏନଡିଏ ବୈଠକରେ ଓଡ଼ିଶାକୁ ନେଇ ବଡ଼ ବୟାନ ଦେଲେ ମୋଦି, କହିଲେ ଆଗାମୀ ୨୫ ବର୍ଷ…

ନୂଆଦିଲ୍ଲୀ,୭।୬: ଶୁକ୍ରବାର ଅନୁଷ୍ଠିତ ଏନଡିଏ ସଂସଦୀୟ ଦଳର ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏନଡିଏ ଦଳର ନେତା ଭାବେ ମନୋନୀତ କରାଯାଇଛି। ଏହାପରେ ପରେ ନରେନ୍ଦ୍ର ମୋଦି ସମ୍ବୋଧନ କରି କହିଛନ୍ତି, ସର୍ବସମ୍ମତି କ୍ରମେ ମୋତେ ବାଛି ନୂଆ ଦାୟିତ୍ୱ ଦେଇଛନ୍ତି। ଏଥିପାଇଁ ମୁଁ ଆପଣମାନଙ୍କ ପାଖରେ କୃତଜ୍ଞ।

ଏନଡିଏ ଭଳି ଅନ୍ୟ କୌଣସି ପ୍ରି-ପୋଲ ଆଲାଏନ୍ସ ସଫଳ ହୋଇନି। ଏନଡିଏ ହେଉଛି ସବୁଠାରୁ ସଫଳ ଆଲାଏନ୍ସ। ୩୦ ବର୍ଷ ହେଲାଣି ଏକ ଅର୍ଗାନିକ ଆଲାଏନ୍ସ ପାଲଟିଛି ଏନଡିଏ। ଆଗାମୀ ୧୦ ବର୍ଷରେ ଗୁଡ ଗଭର୍ଣ୍ଣାନ୍ସ, ବିକାଶର ନୂଆ ଅଧ୍ୟାୟ ଲେଖାଯିବ। ସମସ୍ତେ ମିଶି ବିକଶିତ ଭାରତ ସ୍ବପ୍ନକୁ ସାକାର କରିକି ହିଁ ରହିବା। ସଂସଦରେ ଯେକୌଣସି ଦଳର ଏମ୍‌ପି ମୋ ପାଇଁ ସମାନ ମୋ ପାଖରେ ନିଜ, ପର ଭେଦଭାବ ନାହିଁ, ସମସ୍ତେ ସମାନ।

ଓଡ଼ିଶା ଫଳାଫଳକୁ ନେଇ ବଡ଼ ମନ୍ତବ୍ୟ ପ୍ରଧାନମନ୍ତ୍ରୀ ଦେଇ କହିଛନ୍ତି, ମହାପ୍ରଭୁ ଜଗନ୍ନାଥ ହେଉଛନ୍ତି ଗରିବଙ୍କ ଦେବତା। ଓଡ଼ିଶାର ଫଳାଫଳ ବିକଶିତ ଭାରତର ସ୍ବପ୍ନକୁ ନୂଆ ଗତି ଦେବ। ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ଦେଶର ବିକାଶ ଇଂଜିନରେ ଓଡ଼ିଶା ପ୍ରମୁଖ ସ୍ଥାନ ନେବ। ଓଡ଼ିଶା ହେବ ଦେଶର ବିକଶିତ ଇଂଜିନ।

 


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri