ଏନଡିଏ ବୈଠକରେ ଓଡ଼ିଶାକୁ ନେଇ ବଡ଼ ବୟାନ ଦେଲେ ମୋଦି, କହିଲେ ଆଗାମୀ ୨୫ ବର୍ଷ…

ନୂଆଦିଲ୍ଲୀ,୭।୬: ଶୁକ୍ରବାର ଅନୁଷ୍ଠିତ ଏନଡିଏ ସଂସଦୀୟ ଦଳର ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏନଡିଏ ଦଳର ନେତା ଭାବେ ମନୋନୀତ କରାଯାଇଛି। ଏହାପରେ ପରେ ନରେନ୍ଦ୍ର ମୋଦି ସମ୍ବୋଧନ କରି କହିଛନ୍ତି, ସର୍ବସମ୍ମତି କ୍ରମେ ମୋତେ ବାଛି ନୂଆ ଦାୟିତ୍ୱ ଦେଇଛନ୍ତି। ଏଥିପାଇଁ ମୁଁ ଆପଣମାନଙ୍କ ପାଖରେ କୃତଜ୍ଞ।

ଏନଡିଏ ଭଳି ଅନ୍ୟ କୌଣସି ପ୍ରି-ପୋଲ ଆଲାଏନ୍ସ ସଫଳ ହୋଇନି। ଏନଡିଏ ହେଉଛି ସବୁଠାରୁ ସଫଳ ଆଲାଏନ୍ସ। ୩୦ ବର୍ଷ ହେଲାଣି ଏକ ଅର୍ଗାନିକ ଆଲାଏନ୍ସ ପାଲଟିଛି ଏନଡିଏ। ଆଗାମୀ ୧୦ ବର୍ଷରେ ଗୁଡ ଗଭର୍ଣ୍ଣାନ୍ସ, ବିକାଶର ନୂଆ ଅଧ୍ୟାୟ ଲେଖାଯିବ। ସମସ୍ତେ ମିଶି ବିକଶିତ ଭାରତ ସ୍ବପ୍ନକୁ ସାକାର କରିକି ହିଁ ରହିବା। ସଂସଦରେ ଯେକୌଣସି ଦଳର ଏମ୍‌ପି ମୋ ପାଇଁ ସମାନ ମୋ ପାଖରେ ନିଜ, ପର ଭେଦଭାବ ନାହିଁ, ସମସ୍ତେ ସମାନ।

ଓଡ଼ିଶା ଫଳାଫଳକୁ ନେଇ ବଡ଼ ମନ୍ତବ୍ୟ ପ୍ରଧାନମନ୍ତ୍ରୀ ଦେଇ କହିଛନ୍ତି, ମହାପ୍ରଭୁ ଜଗନ୍ନାଥ ହେଉଛନ୍ତି ଗରିବଙ୍କ ଦେବତା। ଓଡ଼ିଶାର ଫଳାଫଳ ବିକଶିତ ଭାରତର ସ୍ବପ୍ନକୁ ନୂଆ ଗତି ଦେବ। ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ଦେଶର ବିକାଶ ଇଂଜିନରେ ଓଡ଼ିଶା ପ୍ରମୁଖ ସ୍ଥାନ ନେବ। ଓଡ଼ିଶା ହେବ ଦେଶର ବିକଶିତ ଇଂଜିନ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri