ଓଡ଼ିଶା ପାଇଁ ହାତ ଖୋଲିଦେଲେ ମୋଦି, କଲେ ସବୁଠୁ ବଡ଼ ଘୋଷଣା

ଝାରସୁଗୁଡା, ୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମରାପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି।

ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ୧୭୦୦ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଉପହାର ଦେଇଛନ୍ତି। ୬୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦ୍‌ଘାଟନହୋଇଛି। ସାରା ଦେଶରେ ୯୭,୫୦୦ରୁ ଅଧିକ ଟେଲିକମ୍ ଟାୱାର କାର୍ଯ୍ୟକ୍ଷମ। ବ୍ରହ୍ମପୁର ଏବଂ ସୁରଟ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି। ସମ୍ବଲପୁର ସିଟି ଏବଂ ସରଲା ମଧ୍ୟରେ ରେଳ ଫ୍ଲାଇଓଭର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। କୋରାପୁଟ-ବାଇଗୁଡ଼ା ରେଳ ଲାଇନ ଏବଂ ମାନାବାର-କୋରାପୁଟ-ଗୋରାପୁର ରେଳ ଲାଇନର ଦୋହରୀକରଣକୁ ଲୋକାର୍ପଣ କରିଛନ୍ତି। ଭୁବନେଶ୍ୱରରେ ସେମିକଣ୍ଡକ୍ଟର ଓ ଇଏସଡିଏମ ପାର୍କ ପ୍ରତିଷ୍ଠାର ଶିଳାନ୍ୟାସ କରିଛନ୍ତି। ରାଜ୍ୟ ସରକାରଙ୍କ ବିଶ୍ୱସ୍ତରୀୟ ଦକ୍ଷତା ବିକାଶ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

ରାଜ୍ୟର ୧୩୦ଟି ଉଚ୍ଚଶିକ୍ଷାନୁଷ୍ଠାନରେ ୱାଇଫାଇ ସେବା ଉଦଘାଟନ ହୋଇଛି। ଭୀମସାର ଓ ଏମକେସିଜି କଲେଜର ଉନ୍ନତୀକରଣ ପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନର ଲୋକାର୍ପଣ କରିଛନ୍ତି। ଅନ୍ତୋଦୟ ଗୃହ ଯୋଜନାରେ ୫୦ ହଜାର ପରିବାରକୁ ଗୃହ ର୍ନିମାଣ ପାଇଁ ମଞ୍ଜୁରି ପତ୍ର ପ୍ରଦାନ କରିଛନ୍ତି। ଦେଶର ୮ଟି ଆଇଆଇଟିର କ୍ଷମତା ବୃଦ୍ଧି ପ୍ରକଳ୍ପର ଶିଳାନ୍ୟାସ। ସେହିପରି ସାରା ଦେଶରେ ୪ଜି ସେବାର ଶୁଭାରମ୍ଭ କରିଛନ୍ତି ମୋଦି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri