ଓଡ଼ିଶା ପାଇଁ ହାତ ଖୋଲିଦେଲେ ମୋଦି, କଲେ ସବୁଠୁ ବଡ଼ ଘୋଷଣା

ଝାରସୁଗୁଡା, ୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମରାପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି।

ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ୧୭୦୦ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଉପହାର ଦେଇଛନ୍ତି। ୬୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦ୍‌ଘାଟନହୋଇଛି। ସାରା ଦେଶରେ ୯୭,୫୦୦ରୁ ଅଧିକ ଟେଲିକମ୍ ଟାୱାର କାର୍ଯ୍ୟକ୍ଷମ। ବ୍ରହ୍ମପୁର ଏବଂ ସୁରଟ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି। ସମ୍ବଲପୁର ସିଟି ଏବଂ ସରଲା ମଧ୍ୟରେ ରେଳ ଫ୍ଲାଇଓଭର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। କୋରାପୁଟ-ବାଇଗୁଡ଼ା ରେଳ ଲାଇନ ଏବଂ ମାନାବାର-କୋରାପୁଟ-ଗୋରାପୁର ରେଳ ଲାଇନର ଦୋହରୀକରଣକୁ ଲୋକାର୍ପଣ କରିଛନ୍ତି। ଭୁବନେଶ୍ୱରରେ ସେମିକଣ୍ଡକ୍ଟର ଓ ଇଏସଡିଏମ ପାର୍କ ପ୍ରତିଷ୍ଠାର ଶିଳାନ୍ୟାସ କରିଛନ୍ତି। ରାଜ୍ୟ ସରକାରଙ୍କ ବିଶ୍ୱସ୍ତରୀୟ ଦକ୍ଷତା ବିକାଶ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

ରାଜ୍ୟର ୧୩୦ଟି ଉଚ୍ଚଶିକ୍ଷାନୁଷ୍ଠାନରେ ୱାଇଫାଇ ସେବା ଉଦଘାଟନ ହୋଇଛି। ଭୀମସାର ଓ ଏମକେସିଜି କଲେଜର ଉନ୍ନତୀକରଣ ପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନର ଲୋକାର୍ପଣ କରିଛନ୍ତି। ଅନ୍ତୋଦୟ ଗୃହ ଯୋଜନାରେ ୫୦ ହଜାର ପରିବାରକୁ ଗୃହ ର୍ନିମାଣ ପାଇଁ ମଞ୍ଜୁରି ପତ୍ର ପ୍ରଦାନ କରିଛନ୍ତି। ଦେଶର ୮ଟି ଆଇଆଇଟିର କ୍ଷମତା ବୃଦ୍ଧି ପ୍ରକଳ୍ପର ଶିଳାନ୍ୟାସ। ସେହିପରି ସାରା ଦେଶରେ ୪ଜି ସେବାର ଶୁଭାରମ୍ଭ କରିଛନ୍ତି ମୋଦି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri