Posted inଜାତୀୟ

ବାଇଡେନଙ୍କ ପାଇଁ ପ୍ରୋଟୋକଲ ଭାଙ୍ଗି ପାରନ୍ତି ମୋଦି

ନୂଆଦିଲ୍ଲୀ,୮ା୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଭାରତରେ ପହଞ୍ଚିବାକୁ ଯାଉଛନ୍ତି। ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ସେ ଭାରତ ଆସୁଛନ୍ତି। ତେବେ ରାଜଧାନୀ ଦିଲ୍ଲୀରେ ବାଇଡେନଙ୍କୁ ସ୍ବାଗତ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଚାଲିଛି ଏବଂ ସମସ୍ତ ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି। ବାଇଡେନଙ୍କ ବ୍ୟତୀତ ଅନେକ ଦେଶର ମୁଖ୍ୟ ମଧ୍ୟ ଭାରତରେ ପହଞ୍ଚିସାରିଛନ୍ତି। ଯାହାଙ୍କୁ ସ୍ବାଗତ ଜଣାଇବା ପାଇଁ ବିଭିନ୍ନ ମନ୍ତ୍ରୀ ପହଞ୍ଚିବେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ନିଜେ ବିମାନବନ୍ଦରରେ ବାଇଡେନଙ୍କୁ ସ୍ବାଗତ କରିବାକୁ ଯାଇପାରନ୍ତି।

କୁହାଯାଉଛି, ଆମେରିକାର ତତ୍‌କାଳୀନ ରାଷ୍ଟ୍ରପତି ବାରାକ୍‌ ଓବାମା ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତ ସମୟରେ ମୋଦି ଯେମିତି ପ୍ରୋଟୋକଲ ଭାଙ୍ଗି ସେମାନଙ୍କୁ ସ୍ବାଗତ କରିଥିଲେ ଠିକ୍‌ ବାଇଡେନଙ୍କ ପାଇଁ ମଧ୍ୟ ସେମିତି କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ପ୍ରଧାନମନ୍ତ୍ରୀ ନିଜେ ତାଙ୍କୁ ବିମାନବନ୍ଦରରେ ନେବାକୁ ଆସିଥିଲେ। ବାରାକ ଓବାମା ତାଙ୍କ ସ୍ତ୍ରୀ ମିସେଲ ଓବାମାଙ୍କ ସହ ୨୦୧୫ରେ ଭାରତ ଆସିଥିଲେ। ସେହିପରି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୨୦୨୦ରେ ଭାରତ ଗସ୍ତ କରିଥିଲେ। ବର୍ତ୍ତମାନ ଯେତେବେଳେ ବାଇଡେନ ଭାରତ ଆସୁଛନ୍ତି ସେତେବେଳେ ମୋଦି ମଧ୍ୟ ସେହି ପରମ୍ପରାର ପୁନରାବୃତ୍ତି କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ଭାଜପାର ବଡ଼ ଘୋଷଣା: ଆଜି ବନ୍ଦ ରହିବ…

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡ ଆଜି ବନ୍ଦ ରହିବ, କାରଣ ଭାଜପା ପ୍ରଦର୍ଶନକାରୀ ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ ଅଶ୍ରୁଗ୍ୟାସ ଆକ୍ରମଣ କରାଯିବା ପ୍ରତିବାଦରେ ବନ୍ଦ ଆହୱାନ କରିଛି। ଏହି…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

Ethanol Blended Diesel : ଇଥାନଲ ମିଶ୍ରିତ ଡିଜେଲ ସେପ୍ଟି ଟେଷ୍ଟରେ ଫେଲ; ସରକାର କହିଲେ…

ନୂଆଦିଲ୍ଲୀ,୧୧।୮: ପେଟ୍ରୋଲ ଭଳି ବ୍ୟବହାର କରିବାକୁ ଡିଜେଲରେ ଇଥାନଲ ମିଶ୍ରଣ କରିବାର ସରକାରଙ୍କ ଯୋଜନା ବିଫଳ ହୋଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ…

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

ବରଗଡ଼ରେ ଆଇନଶୃଙ୍ଖଳା ହୁଗୁଳା: ଅସୁରକ୍ଷିତ ମଣୁଛନ୍ତି ସହରବାସୀ

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇ ପଡ଼ିଛି। ବେଆଇନ ନିଶା କାରବାର ଯୋଗୁ ସହରରେ ଅପରାଧ ବଢ଼ି ଚାଲିଛି। ଦିନ ଦ୍ୱିପ୍ରହରେ ଘଟୁଥିବା ନିଶାଜନିତ…

ଗେରୁଆ ପତାକା ଦେଖି କାହିଁକି ରାଗିଲେ ଅମିତ ଶାହା? ଖୋଜିଲେ…

ପୁଡୁଚେରୀ,୧୧।୮: ୧୫ ଅଗଷ୍ଟ ପୂର୍ବରୁ ସାରା ଦେଶରେ ୨୦୨୬ ପାଇଁ ‘ହର ଘର ତ୍ରିରଙ୍ଗା’ (ପ୍ରତ୍ୟେକ ଘରେ ତ୍ରିରଙ୍ଗା) ଅଭିଯାନ ଆରମ୍ଭ ହୋଇଛି। ଏହି ପଦକ୍ଷେପର ଅଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri