Posted inଜାତୀୟ

ଇଟାଲୀ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୋଦି: ଦୁଇ ଦେଶ ମଧ୍ୟରେ ଷ୍ଟାର୍ଟଅପ ସେତୁ ହେବ ପ୍ରତିଷ୍ଠା

ନୂଆଦିଲ୍ଲୀ,୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କୁ ଭେଟିଛନ୍ତି। ଏହି ସମୟରେ ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ମଧ୍ୟ ହୋଇଥିଲା। ଏଥିରେ ଦୁଇ ଦେଶ ମଧ୍ୟରେ ପାରସ୍ପରିକ ସହଯୋଗ ଏବଂ ଦୃଢ ସମ୍ପର୍କ ଉପରେ ଆଲୋଚନା କରାଯାଇଥିଲା। ଏହି ବୈଠକ ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ସେ ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ପ୍ରଥମ ଭାରତ ଗସ୍ତ ତାଙ୍କୁ ଏବଂ ତାଙ୍କ ପ୍ରତିନିଧୀଙ୍କୁ ସ୍ବାଗତ କରୁଛନ୍ତି। ଗତ ବର୍ଷର ନିର୍ବାଚନରେ ଇଟାଲୀର ନାଗରିକମାନେ ମେଲୋନିଙ୍କୁ ପ୍ରଥମ ମହିଳା ଏବଂ ସର୍ବକନିଷ୍ଠ ପ୍ରଧାନମନ୍ତ୍ରୀ ଭାବରେ ମନୋନୀତ କରିଥିଲେ। ଦେଶବାସୀଙ୍କ ତରଫରୁ ମୁଁ ତାଙ୍କୁ ଏହି ଐତିହାସିକ ସଫଳତା ପାଇଁ ଅଭିନନ୍ଦନ ଜଣାଉଛି। ଚଳିତ ବର୍ଷ ଭାରତ ଏବଂ ଇଟାଲୀ ଆମର ଦ୍ୱିପାକ୍ଷିକ ସମ୍ପର୍କର ୭୫ତମ ବାର୍ଷିକୀ ପାଳନ କରୁଛନ୍ତି ଏବଂ ଏହି ଅବସରରେ ଆମେ ଭାରତ-ଇଟାଲୀ ଭାଗିଦାରୀକୁ ଏକ ରଣନୀତିକ ଭାଗିଦାରୀ ସ୍ଥିତିକୁ ଉନ୍ନୀତ କରିବାକୁ ନିଷ୍ପତ୍ତି ନେଇଛୁ। ଆମର ଅର୍ଥନୈତିକ ସମ୍ପର୍କକୁ ଆହୁରି ମଜଭୁତ କରିବାକୁ ଆମେ ଗୁରୁତ୍ୱାରୋପ କରିଛୁ।
ଇଟାଲୀର ପ୍ରଧାନମନ୍ତ୍ରୀ ମେଲୋନିଙ୍କୁ ଭେଟିବା ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଆଜି ଭାରତ ଏବଂ ଇଟାଲୀ ମଧ୍ୟରେ ଏକ ଷ୍ଟାର୍ଟଅପ ସେତୁ ପ୍ରତିଷ୍ଠା ପାଇଁ ଘୋଷଣା କରାଯାଇଛି, ଯାହାକୁ ଆମେ ସ୍ବାଗତ କରୁଛୁ। ଆମେ ଦୁଇ ଦେଶର ସୈନ୍ୟ ମଧ୍ୟରେ ନିୟମିତ ମିଳିତ ଅଭ୍ୟାସଏବଂ ତାଲିମ ପାଠ୍ୟକ୍ରମ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛୁ।

 


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri