ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି, ଆଜି ଦ୍ବିପାକ୍ଷିକ ଆଲୋଚନା

ଏଭିଆନ୍‌-ଲେସ୍‌-ବାଏନ୍ସ,୧୭ା୬: ଫ୍ରାନ୍ସର ଏଭିଆନ୍‌-ଲେସ୍‌-ବାଏନ୍ସରେ ଜି-୭ ଶିଖର ସମ୍ମିଳନୀ ପାଇଁ ବିଶ୍ୱନେତା ଏକାଠି ହୋଇଥିବାବେଳେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି କରମର୍ଦ୍ଦନ କରିବା ସହ ସ୍ବଳ୍ପ ସମୟ କଥା ହୋଇଛନ୍ତି।

ଭାରତ ଓ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଖରାପ ହୋଇଥିବାବେଳେ ୧୬ ମାସ ବ୍ୟବଧାନରେ ୨ ନେତା ପ୍ରଥମ ଥର ପାଇଁ ପରସ୍ପରକୁ ଭେଟିଛନ୍ତି। ଶିଖର ସମ୍ମିଳନୀ ଅବସରରେ ବୁଧବାର ଉଭୟ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହେବ। ଟ୍ରମ୍ପ୍‌ ଦ୍ୱିତୀୟ ଥର କ୍ଷମତାକୁ ଆସିବା ପରେ ୨୦୨୫ ଫେବୃଆରୀରେ ହ୍ବାଇଟ୍‌ ହାଉସ୍‌ରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ଭେଟିଥିଲେ।

 

Dharitri – Odisha’s No.1 Odia Daily

Share