ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଭେଟିଲେ ମୋଦି

ବାଲି,୧୫।୧୧: ଜି-୨୦ ଶିଖର ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଣ୍ଡୋନେସିଆର ବାଲିରେ ପହଞ୍ଚିଛନ୍ତି। ଏଠାରେ ସେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଭେଟିଛନ୍ତି। ବ୍ରିଟେନ ପ୍ରଧାନମନ୍ତ୍ରୀ ହେବା ପରେ ସୁନକଙ୍କ ସହ ଏହା ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କର ପ୍ରଥମ ସାକ୍ଷାତ। ବ୍ରିଟେନରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଭାରତୀୟ ମୂଳ ଋଷି ସୁନକ ଅକ୍ଟୋବରରେ ଲିଜ ଟ୍ରସଙ୍କ ଇସ୍ତଫା ପରେ ସେ କଞ୍ଜରଭେଟିଭ ପାର୍ଟିର ମୁଖ୍ୟ ତଥା ପ୍ରଧାନମନ୍ତ୍ରୀ ହୋଇଥିଲେ। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଫ୍ରାନ୍ସର ନେତା ଇମାନୁଏଲ ମାକ୍ରୋନଙ୍କୁ ମଧ୍ୟ ଭେଟିଥିଲେ।
ଜି -୨୦ ଶିଖର ସମ୍ମିଳନୀରେ ରୁଷିଆ-ୟୁକ୍ରେନ ଯୁଦ୍ଧ ଉପରେ ବିରାମ ଲଗାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅପିଲ କହିଛନ୍ତି। ସେ କହିଛନ୍ତି, ବିଶ୍ୱ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି। ୟୁକ୍ରେନ-ରୁଷିଆ ଯୁଦ୍ଧ ବିଶ୍ୱର ଅର୍ଥନୀତି ଉପରେ ପ୍ରଭାବ ପକାଇଛି। ଏହି ଯୁଦ୍ଧ ଉପରେ ବିରାମ ଲଗାଇବା ପାଇଁ ବାଟ ଖୋଜିବାକୁ ହେବ। ଦ୍ୱିତୀୟ ବିଶ୍ୱ ଯୁଦ୍ଧ ସମୟରେ ବିଶ୍ୱରେ ଅର୍ଥନୈତିକ ସଂକଟ ମାଡ଼ିଆସିଥିଲା। ଏହି ସମୟରେ ଅଧିକାଂଶ ଦେଶର ମୁଖ୍ୟମାନେ ଶାନ୍ତି ପଥକୁ ଆପଣାଇଥିଲେ। ଏବେ ସମୟ ଆସିଛି ଆମମାନଙ୍କୁ ମଧ୍ୟ ସେହି ଶାନ୍ତିପଥକୁ ବାଛିବାକୁ ପଡ଼ିବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri