Posted inଜାତୀୟ

ଜାତିସଂଘର ମହାସଚିବଙ୍କୁ ଭେଟିଲେ ମୋଦି

ଅହମ୍ମଦାବାଦ,୨୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଗସ୍ତରେ ଗୁଜରାଟ ଆସିଛନ୍ତି। ଗୁରୁବାର ଗୁଜରାଟର କେଭାଡିଆରେ ଷ୍ଟାଚ୍ୟୁ ଅଫ ୟୁନିଟି କମ୍ପ୍ଲେକ୍ସରେ ପ୍ରଧାନମନ୍ତ୍ରୀ ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରସଙ୍କୁ ଭେଟିଛନ୍ତି। ଉଭୟଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ମଧ୍ୟ ହୋଇଥିଲା।
ମୋଦି କେଭାଡିଆର ଏକତା ନଗରରେ ଥିବା ‘ଷ୍ଟାଚ୍ୟୁ ଅଫ ୟୁନିଟି’ରେ ଆଣ୍ଟୋନିଓ ଗୁଟେରସଙ୍କ ଉପସ୍ଥିତିରେ ‘ମିଶନ ଲାଇଫ ’(ପରିବେଶ ପାଇଁ ଜୀବନଶୈଳୀ) ଆରମ୍ଭ କରିଥିଲେ। ଏହି ମିଶନ ଏକ ତ୍ରିସ୍ତରୀୟ ରଣନୀତି ପ୍ରୟୋଗ କରି ଜଳବାୟୁ ପରିବର୍ତ୍ତନର ପ୍ରଭାବକୁ ମୁକାବିଲା କରିବାକୁ ଲକ୍ଷ୍ୟ ରଖିଛି।
ଏଥି ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଅକ୍ଟୋବର ୨୦ ରୁ ୨୨ ପର୍ଯ୍ୟନ୍ତ କେଭାଡିଆରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ହେଉଥିବା ଦଶମ ‘ହେଡସ୍‌ ଅଫ ମିଶନ ସମ୍ମିଳନୀ’ରେ ଅଂଶଗ୍ରହଣ କରିବେ। ଏହି ସମ୍ମିଳନୀରେ ସମଗ୍ର ବିଶ୍ୱରୁ ଭାରତୀୟ ମିଶନର ୧୧୮ଟି ପ୍ରମୁଖ (ରାଷ୍ଟ୍ରଦୂତ ଏବଂ ଉଚ୍ଚ କମିଶନର) ଅଂଶଗ୍ରହଣ କରିବେ।
କେବଳ ଏତିକି ନୁହେଁ, ପ୍ରଧାନମନ୍ତ୍ରୀ ତାପି ଜିଲାର ଭାୟାରଠାରେ ୧,୯୭୦ କୋଟିରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇବେ। ଏହା ବ୍ୟତୀତ ତାପି ଏବଂ ନର୍ମଦା ଜିଲାରେ ୩୦୦ କୋଟିରୁ ଅଧିକ ମୂଲ୍ୟର ଜଳ ଯୋଗାଣ ପ୍ରକଳ୍ପ ଅନ୍ତର୍ଭୁକ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri