Posted inଜାତୀୟ

ଲାଲଜୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି: ଉତ୍ତପ୍ରଦେଶରେ ୩ଦିନ ଯାଏଁ ପାଳନ ହେବ ରାଷ୍ଟ୍ରୀୟ ଶୋକ

ଭୋପାଳ,୨୧।୭: ମଧ୍ୟପ୍ରଦେଶ ରାଜ୍ୟପାଳ ତଥା ଭାଜପାର ବରିଷ୍ଠ ନେତା ଲାଲଜୀ ଟଣ୍ଡନଙ୍କ ଦେହାନ୍ତ ହୋଇଛି। ମଙ୍ଗଳବାର ସକାଳେ ଏନେଇ ତାଙ୍କ ପୁଅ ଆଶୁତୋଷ ଟଣ୍ଡନ ଟୁଇଟ କରି ସୂଚନା ଦେଇଛନ୍ତି। ତାଙ୍କ ନିଧନ ଖବର ଶୁଣି ବଡ଼ ବଡ଼ ନେତା ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ଏନେଇ ମୋଦି ଟୁଇଟ ଜରିଆରେ ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏଥିସହ ସେ ଟୁଇଟରେ ଲେଖିଛନ୍ତି, ସାମାଜିକ ସେବା ପାଇଁ ଲାଲଜୀ ସର୍ବଦା ସ୍ମରଣୀୟ ହୋଇ ରହିବେ। ଉତ୍ତରପ୍ରଦେଶରେ ଭାଜପାକୁ ମଜବୁତ କରିବାରେ ତାଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଲୋକଙ୍କ ଉନ୍ନତି ପାଇଁ କାର୍ଯ୍ୟ କରିବା ସହ ତାଙ୍କର ଆଇନଗତ ସମ୍ବନ୍ଧରେ ଭଲ ଜ୍ଞାନ ଥିଲା ଏବଂ ସେ ଅଟଳଜୀଙ୍କ ସହ ଦୀର୍ଘ ସମୟ ବିତାଇଥିଲେ ବୋଲି ମୋଦି କହିଛନ୍ତି।

ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଓ ବିଏସ୍‌ପି ମୁଖ୍ୟ ମାୟାବତୀ ମଧ୍ୟ ଲାଲଜୀଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ଏଥିସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ସୂଚନାଯୋଗ୍ୟ, ଲାଲଜୀ ଦୀର୍ଘ ସମୟ ଧରି ରୋଗାଗ୍ରସ୍ତ ଥିଲେ। ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହେବା ସହ କିଡନୀ ରୋଗରେ ଆକ୍ରାନ୍ତ ଥିବାରୁ ତାଙ୍କୁ ଜୁନ ୧୧ରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଗତ ବର୍ଷ ଜୁଲାଇରେ ସେ ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ। କିନ୍ତୁ ଗତ ମାସରେ ତାଙ୍କୁ ସ୍ବାସ୍ଥ୍ୟାବସ୍ଥା ଅଧିକ ତାଙ୍କର କାର୍ଯ୍ୟଭାରକୁ ଆନନ୍ଦୀ ବେନ ପଟେଲଙ୍କୁ ଦିଆଯାଇଥିଲା। ଅପରପକ୍ଷେ ଲାଲଜୀଙ୍କ ଦେହାନ୍ତ ପରେ ଉତ୍ତରପ୍ରଦେଶରେ ୩ ଦିନ ଯାଏଁ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ ବୋଲି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri