Posted inଜାତୀୟ

ମୋଦିଙ୍କୁ ହତ୍ୟା କରିବାକୁ ପଡିବ, କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ, ମାମଲା ଦାଏର…

ଭୋପାଳ,୧୨।୧୨ : କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ରାଜା ପଟେରିଆ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା କରିବାକୁ ପଡିବ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ବିବାଦ ସୃଷ୍ଟି ହୋଇଛି। ମଧ୍ୟପ୍ରଦେଶର ପାନ୍ନାରେ ଏକ ସଭାରେ ଯୋଗ ଦେଇ ଏଭଳି ବିବାଦୀୟ ମନ୍ତବ୍ୟ ଦେବା ପରେ ଭାଜପା ନେତା ତାଙ୍କୁ ଘେରିବା ଆରମ୍ଭ କରିଛନ୍ତି।

ପ୍ରକାଶ ଥାଉକି, ଯେତେବେଳେ ଏହି ପ୍ରସଙ୍ଗରେ ବିବାଦ ବଢ଼ିଥିଲା, ରାଜା ପଟେରିଆ ସ୍ପଷ୍ଟ କରିଥିଲେ ଯେ ସେ ହତ୍ୟା ବିଷୟରେ କହିନାହାଁନ୍ତି, ବରଂ ଆଗାମୀ ନିର୍ବାଚନରେ ମୋଦିଙ୍କୁ ପରାସ୍ତ କରିବା ବିଷୟରେ କହିଥିଲେ। ଏହି ପରିପ୍ରେକ୍ଷୀରେ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ତାଙ୍କ ବିରୋଧରେ ଏଫଆଇଆର ପଞ୍ଜିକରଣ କରିବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି।

ରବିବାର ପାନ୍ନାରେ ଏକ କଂଗ୍ରେସ କାର୍ଯ୍ୟକ୍ରମରେ କର୍ମୀମାନଙ୍କ ସହ ସେ ଆଲୋଚନା କରିଥିଲେ। ଭାଇରାଲ ଭିଡିଓ ଅନୁଯାୟୀ ଏଥିରେ ସେ କହିଛନ୍ତି ଯେ ମୋଦି ନିର୍ବାଚନ ଶେଷ କରିଦେବେ। ଧର୍ମ, ଜାତି, ଭାଷା ଆଧାରରେ ମୋଦି ବିଭାଜନ କରିବେ। ଦଳିତ, ଆଦିବାସୀ ଏବଂ ସଂଖ୍ୟାଲଘୁଙ୍କ ଜୀବନ ବିପଦରେ ଅଛି। ଯଦି ଆପଣ ସମ୍ବିଧାନକୁ ବଞ୍ଚାଇବାକୁ ଚାହୁଁଛନ୍ତି, ତେବେ ମୋଦିଙ୍କୁ ହତ୍ୟା କରିବାକୁ ପ୍ରସ୍ତୁତ ରୁହନ୍ତୁ, ଅର୍ଥାତର ତାଙ୍କୁ ପରାସ୍ତ କରିବାର କାର୍ଯ୍ୟ କରନ୍ତୁ ।

ଏହି ଘଟଣାକୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ନିନ୍ଦା କରିଛନ୍ତି। ସେ କହିଛନ୍ତି ଯେ ଯେଉଁମାନେ ନିଜକୁ ଭାରତ ଯୋଡୋ ଯାତ୍ରୀ ବୋଲି କହୁଛନ୍ତି ସେମାନଙ୍କ ଯୋଗ୍ୟତା ଏବେ ସାମ୍ନାକୁ ଆସିଛି। କଂଗ୍ରେସ ଲୋକମାନେ ମୋଦିଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିବାରେ ଅସମର୍ଥ, ସେଥିପାଇଁ କଂଗ୍ରେସ ନେତା ତାଙ୍କୁ ହତ୍ୟା କରିବା କଥା କହୁଛନ୍ତି। କଂଗ୍ରେସର ପ୍ରକୃତ ଭାବନା ଏବେ ପ୍ରକାଶ ପାଇଛି। ଏହାକୁ ସହ୍ୟ କରାଯିବ ନାହିଁ। ଏହାପୂର୍ବରୁ ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର କହିଥିଲେ ଯେ ସେ ସମ୍ମାନିତ ପାଟେରିଆଙ୍କ ବିବୃତ୍ତି ଶୁଣିଛନ୍ତି। ଏଥିରୁ ଏହା ସ୍ପଷ୍ଟ ହୋଇଛି ଯେ ଏହା ମହାତ୍ମା ଗାନ୍ଧୀଙ୍କ କଂଗ୍ରେସ ନୁହେଁ। ଏହା ହେଉଛି ଇଟାଲୀର କଂଗ୍ରେସ। ଇଟାଲୀର ମାନସିକତା ମୁସୋଲିନିଙ୍କର।

ରାଜ ପଟେରିଆ ମଧ୍ୟ ତାଙ୍କ ବିବୃତ୍ତିରେ ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି ଯେ ମୁଁ ଜଣେ ବ୍ୟକ୍ତି ଯିଏ ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଅନୁସରଣ କରେ। ମୋର ଭାଷଣର ଉଦ୍ଦେଶ୍ୟ ନରେନ୍ଦ୍ର ମୋଦିଙ୍କୁ ହତ୍ୟା କରିବା ନୁହେଁ ବରଂ ପରବର୍ତ୍ତୀ ନିର୍ବାଚନରେ ତାଙ୍କୁ ପରାସ୍ତ କରିବା। ଏହି ପ୍ରସଙ୍ଗରେ ଭାଜପା ଅଯଥା ରାଜନୀତି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri