Posted inଜାତୀୟ

ଗୁଜରାଟକୁ ୪,୪୦୦ କୋଟି ମୂଲ୍ୟ ପ୍ରକଳ୍ପର ଉପହାର ଦେଲେ ପ୍ରଧାନମନ୍ତ୍ରୀ

ଅହମ୍ମଦାବାଦ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିି ଶୁକ୍ରବାର ଗୁଜରାଟ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ଏଠାରେ ସେ ପ୍ରାୟ ୪,୪୦୦କୋଟି ଟଙ୍କା ମୂଲ୍ୟ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହା ସହିତ କେନ୍ଦ୍ର ସରକାରଙ୍କ ଆବାସ ଯୋଜନା ଅଧୀନରେ ନିର୍ମିତ ଘର ମଧ୍ୟ ହିତାଧିକାରୀଙ୍କୁ ବଣ୍ଟନ କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ବିବୃତ୍ତିରେ କୁହାଯାଇଛି , ଗାନ୍ଧୀନଗରରେ ହେବାକୁ ଥିବା ଅଲ ଇଣ୍ଡିଆ ଏଜୁକେଶନ ଆସୋସିଏଶନ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗଦେବେ ଏବଂ ଗିଫ୍ଟ ସହର ମଧ୍ୟ ପରିଦର୍ଶନ କରିବେ। ଗାନ୍ଧୀନଗରରେର ଏହି କାର୍ଯ୍ୟକ୍ରମରେ ମୋଦି ୨,୪୫୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବେ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ବିବୃତ୍ତିରେ କୁହାଯାଇଛି। ଏଥିରେ ନଗର ଉନ୍ନୟନ ବିଭାଗ, ଜଳ ଯୋଗାଣ ବିଭାଗ, ସଡକ ଏବଂ ପରିବହନ ବିଭାଗ ଏବଂ ଖଣି ଏବଂ ଖଣିଜ ବିଭାଗର ପ୍ରକଳ୍ପ ଅନ୍ତର୍ଭୁକ୍ତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri