Posted inଜାତୀୟ

ଜରୁରୀକାଳୀନ ପରିସ୍ଥିତିରେ ପ୍ରଭାବିତ ହୋଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦି…

ନୂଆଦିଲ୍ଲୀ,୨୫।୬ : ଦେଶରେ ଜରୁରୀକାଳୀନ ପରିସ୍ଥିତିର ବାର୍ଷିକୀ ଅବସରରେ ରାଜନୈତିକ ଦଳମାନେ ବିଭିନ୍ନ ଉପାୟରେ ନିଜର ପ୍ରତିକ୍ରିୟା ଦେଉଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ପ୍ରସଙ୍ଗରେ ଟୁଇଟ କରିଛନ୍ତି। ଜରୁରୀକାଳୀନ ସମୟକୁ ମନେ ପକାଇ ପ୍ରଧାନମନ୍ତ୍ରୀ ପ୍ରଭାବିତ ହୋଇଥିବା ସମସ୍ତ ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ମୋଦି କହିଛନ୍ତି, ୨୫ ଜୁନ, ସମଗ୍ର ଦେଶ ଇତିହାସର ଏକ କଳା ପୃଷ୍ଠାକୁ ମନେ ରଖିଛି । ଏହି ଅନ୍ଧକାର ସମୟର ମୁଁ ସେହି ସମସ୍ତ ସାହସୀ ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ଯେଉଁମାନେ ଜରୁରୀକାଳୀନ ପରିସ୍ଥିତିକୁ ବିରୋଧ କରିଥିଲେ ଏବଂ ଆମର ଗଣତାନ୍ତ୍ରିକ ଭାବନାକୁ ସୁଦୃଢ଼ କରିବା ପାଇଁ କାର୍ଯ୍ୟ କରିଥିଲେ। ଏହା ହେଉଛି ଆମ ଇତିହାସର ଏକ ଅବିସ୍ମରଣୀୟ ଅବଧି, ଯାହା ଆମ ସମ୍ବିଧାନ ଦ୍ୱାରା ସୃଷ୍ଟି ମୂଲ୍ୟବୋଧର ସମ୍ପୂର୍ଣ୍ଣ ବିପରୀତ ।

ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଦ୍ୱାରା ଜାରି କରାଯାଇଥିବା ଜରୁରୀକାଳୀନ ପରିସ୍ଥିତିରେ ଦେଶର ପ୍ରମୁଖ ନେତାମାନେ ଜେଲରେ ଥିଲେ। ଅନେକ ଜାତୀୟତାବାଦୀ ଚିନ୍ତାଧାରା ନେତାମାନେ ଅଣ୍ଡରଗ୍ରାଉଣ୍ଡ ହେବାକୁ ବାଧ୍ୟ ହୋଇଥିଲେ। ୨୫ ଜୁନ ୧୯୭୫ ର ରାତି ୧୨ ଟା ସମୟରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ନିର୍ଦ୍ଦେଶରେ ପୂର୍ବତନ ରାଷ୍ଟ୍ରପତି ଫକରୁଦ୍ଦିନ ଅଲି ଅହମ୍ମଦ ଭାରତୀୟ ସମ୍ବିଧାନର ଧାରା ୩୫୨ ଅନୁଯାୟୀ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ, ଯାହା ପରେ ଦେଶ ପୋଲିସ ରାଜ୍ୟ ହୋଇ ଯାଇଥିଲା। ଦେଶର ବିଭିନ୍ନ ସ୍ଥାନରୁ ଇନ୍ଦିରା ଗାନ୍ଧୀଙ୍କ ନିଷ୍ପତ୍ତିକୁ ବିରୋଧ କରୁଥିବା ଲୋକଙ୍କୁ ପୋଲିସ ଜେଲରେ ରଖିଥିଲା। ଏହି ଜରୁରୀକାଳୀନ ପରିସ୍ଥିତି ୨୫ ଜୁନ ୧୮୭୫ ରୁ ୨୧ ମାର୍ଚ୍ଚ ୧୯୭୭ ପର୍ଯ୍ୟନ୍ତ ୨୧ ମାସ ପାଇଁ ବଳବତ୍ତର ରହିଥିଲା। ଏହି ସମୟକୁ ଦେଶର ଗଣତନ୍ତ୍ରର ଅନ୍ଧକାର ଅଧ୍ୟାୟ ଭାବରେ କୁହାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?