Posted inଜାତୀୟ

କର୍ତ୍ତବ୍ୟ ପଥରେ ଅଳିଆ ଉଠାଇଲେ ମୋଦି: ଭାଇରାଲ୍ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୭/୯: ରବିବାର ଭାରତ ନିଜର ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ କରିବା ସହ ନିଜର ସାମରିକ ଶକ୍ତି ପ୍ରଦର୍ଶନ କରିଛି। ଏହି ପ୍ରଦର୍ଶନୀରେ ଶ୍ରେଷ୍ଠ ସୈନ୍ୟ, କ୍ଷେପଣାସ୍ତ୍ର ଏବଂ ବିଭିନ୍ନ ସ୍ୱଦେଶୀ ଅସ୍ତ୍ରଶସ୍ତ୍ରର ଝଲକ ଦେଖିବାକୁ ମିଳିଥିଲା। ଏହି ଅବସରରେ ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋଓ ସୁବିଆଣ୍ଟୋ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଲି ଓ ହଳଦିଆ ରଙ୍ଗର ପଗଡ଼ି ପିନ୍ଧିଥିଲେ। ସେ ଏହାକୁ ଧଳା କୁର୍ତା-ପାଇଜାମା ଏବଂ ବ୍ରାଉନ୍ ଜ୍ୟାକେଟ୍ ସହିତ ପିନ୍ଧିଥିଲେ।

ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦି ଉପରାଷ୍ଟ୍ରପତି ଜଗଦୀପ ଧନଖଡରଙ୍କୁ କର୍ତ୍ତବ୍ୟ ପଥରେ ସ୍ୱାଗତ କରିବା ପାଇଁ ଠିଆ ହୋଇଛନ୍ତି । ସ୍ଵାଗତର କିଛି ସମୟ ପୂର୍ବରୁ ଏହି ଭିଡିଓ ଶୁଟିଂ କରାଯାଇଥିଲା।

MyGov ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ଭିଡିଓ ସେୟାର କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ୱଚ୍ଛ ଭାରତର ରାଷ୍ଟ୍ରଦୂତ ବୋଲି ବର୍ଣ୍ଣନା କରିଛି। ଭିଡିଓରେ ଦାବି କରାଯାଉଛି ଯେ, ମୋଦି ଆବର୍ଜନା ଉଠାଇ ନିଜ ବ୍ୟକ୍ତିଗତ ସୁରକ୍ଷା କର୍ମୀଙ୍କୁ ଦେଉଛନ୍ତି, ଯିଏ ଏହାକୁ ନିଜ ପକେଟରେ ରଖିଛନ୍ତି । ଏହି ଭିଡିଓର କ୍ୟାପ୍ସନରେ MyGov ଇଣ୍ଡିଆ ଲେଖିଛି, ‘

ସ୍ୱଚ୍ଛ ଭାରତ ରାଷ୍ଟ୍ରଦୂତ- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି!

କର୍ତ୍ତବ୍ୟ ପଥରେ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଉପରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ସମୟରେ ଆବର୍ଜନା ଉଠାଇ ସ୍ୱଚ୍ଛତାର ଗୁରୁତ୍ୱ ଦର୍ଶାଇଥିଲେ।

https://x.com/mygovindia/status/1883408187807891561?t=OvXBpLhXZM2WGO4_DVKurQ&s=09

 


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri