Posted inଜାତୀୟ

ସରକାରୀ କମ୍ପାନୀକୁ ବିକିବା ଯୋଜନା କରୁଛନ୍ତି ମୋଦି

ନୂଆଦିଲ୍ଲୀ, ୮।୯: ଦେଶର ଅର୍ଥନୈତିକ ସ୍ଥିତିକୁ ନେଇ ବିରୋଧୀ ଦଳ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଉଦ୍ୟମ ଜାରି ରହିଛି। ଏନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମୋଦିଙ୍କୁ ଟାର୍ଗେଟ୍‌ କରି ନୂଆ ଟୁଇଟ୍‌ କରିଛନ୍ତି। ସେ କହିଛନ୍ତି ଯେ, ମୋଦି ସରକାରୀ କମ୍ପାନୀକୁ ବିକିବା ଯୋଜନା କରୁଛନ୍ତି। ଧୀରେଧୀରେ ସରକାରୀ କମ୍ପାନୀରୁ ପୁଞ୍ଜିପ୍ରତ୍ୟାହାର କରି ଶେଷରେ ଏହାର ଘରୋଇକରଣ କରାଯିବା ଲାଗି ଷଡ଼ଯନ୍ତ୍ର ହେଉଛି। ଏଲ୍‌ଆଇସିକୁ ବିକିବା ପାଇଁ ମଧ୍ୟ ମୋଦି ସରକାର ପ୍ରୟାସ କରୁଛନ୍ତି। ଦେଶର ଜନସାଧାରଣ ନିଜ ଭବିଷ୍ୟତକୁ ଦୃଷ୍ଟିରେ ରଖି ଏଲ୍‌ଆଇସିରେ ସଞ୍ଚୟ କରିଥାନ୍ତି। ଏପରିସ୍ଥଳେ ଲୋକଙ୍କ ପ୍ରତି ବିଶ୍ୱାସଘାତ କରିବା ଅତ୍ୟନ୍ତ ଲଜ୍ଜା ଜନକ ଘଟଣା। ଏପରି କରି ମୋଦି ସରକାର ନିଜର ପାଣ୍ଠି ବଢ଼ାଉଥିବା ରାହୁଲ ଅଭିଯୋଗ କରିଛନ୍ତି। ମୋଦି ସରକାର ଦେଶର ଅର୍ଥବ୍ୟବସ୍ଥାକୁ ନଷ୍ଟ କରିବା କାର୍ଯ୍ୟ ବିମୁଦ୍ରୀକରଣଠାରୁ ଆରମ୍ଭ କରିଥିଲେ। ଏବେ ଏହାଯୋଗୁ ଦେଶର ଜିଡ଼ିପିରେ ସଙ୍କଟ ଦେଖାଦେଇଛି। ୨୦୧୬ ନଭେମ୍ବର ୮ରେ ବିମୁଦ୍ରୀକରଣ ହୋଇଥିଲା। ଇତିମଧ୍ୟରେ ୩ ବର୍ଷ ୧୦ ମାସ ବିତିଛି। ଏହାର ପ୍ରଭାବ ଏବେ ପଡ଼ିବା ଆରମ୍ଭ କରିଛି। ଦେଶର ଗରିବଙ୍କ ପେଟରେ ମୋଦି ସରକାର ଲାତ ମାରିଛନ୍ତି। ଦିନ ମଜୁରିଆ ଖଟିଖିଆଙ୍କ ଅବସ୍ଥା ଦିନକୁ ଦିନ ଖରାପ ହେଉଥିବାବେଳେ ଏଥିପ୍ରତି ମୋଦି ସରକାରଙ୍କ ତିଳେ ହେଲେ ଚିନ୍ତା ନ ଥିବା ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri