Posted inଜାତୀୟ

ଦେଶର ବିକାଶରେ ଉତ୍ତରପ୍ରଦେଶ ଆଗୁଆ: ମୋଦି

ଆଲିଗଡ଼,୧୪।୯: ଡବଲ ଇଞ୍ଜିନ ସରକାରଙ୍କ ଡବଲ ଫାଇଦା ପାଇବାରେ ଉତ୍ତରପ୍ରଦେଶ ଏକ ଜ୍ୱଳନ୍ତ ଉଦାହରଣ। ଦିନେ ଦେଶର ଉନ୍ନତିରେ ବାଧା ଦେଉଥିଲା ଉତ୍ତରପ୍ରଦେଶ। ଆଉ ଏବେ ଦେଶର ଉନ୍ନତିରେ ଏହି ରାଜ୍ୟ ନେତୃତ୍ୱ ନେଉଛି। ଆଲିଗଡ଼ରେ ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟର ଉଦ୍‌ଘାଟନୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଏଭଳି କହି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିଛନ୍ତି।

ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ ମନେ ପକାଇ ମୋଦି କହିଛନ୍ତି, ଆଲିଗଡ଼ ପାଇଁ ଏହା ଏକ ବଡ଼ ଦିନ। ଅପରପକ୍ଷରେ ଜଣେ ସ୍ବାଧୀନତା ସଂଗ୍ରାମୀ, ଶିକ୍ଷାବିତ୍‌ ତଥା ସମାଜ ସଂସ୍କାରକ ଭାବେ ରାଜା ମହେନ୍ଦ୍ର ପ୍ରତାପ ସିଂହଙ୍କ ସ୍ମୃତି ତଥା ସମ୍ମାନାର୍ଥେ ଉତ୍ତରପ୍ରଦେଶ ସରକାର ଏହି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିଛନ୍ତି।

ଦେଶ ବିଦେଶର ଛୋଟ ବଡ଼ ନିବେଶକଙ୍କ ପାଇଁ ଉତ୍ତରପ୍ରଦେଶ ଅନୂକୁଳ ପରିବେଶ ସୃଷ୍ଟି କରିଛି। ଏହାହିଁ ବିକାଶର ପରିଚୟ। ଅଲିଗଡ଼ କାରଣରୁ ପ୍ରତିରକ୍ଷା କ୍ଷେତ୍ରରେ ଭାରତର ଚିତ୍ର ବଦଳିବ। ୨୦୧୮ରେ ଏ ନେଇ ଘୋଷଣା କରାଯାଇଥିଲା। ଆଲିଗଡ଼, ଆଗ୍ରା, କାନପୁର, ଚିତ୍ରକୁଟ, ଝାନ୍ସି ଓ ଲକ୍ଷ୍ନୋ ଠାରେ ଡିଫେନ୍ସ କରିଡର ନିର୍ମାଣ କରାଯିବ। ଆଲିଗଡ଼ରେ ୧୨ଟି ପ୍ରତିରକ୍ଷା ଏକକ ପ୍ରତିଷ୍ଠା କାର୍ଯ୍ୟ ଚାଲିଥିବା ମୋଦି କହିଛନ୍ତି। ଏହା ଦେଶର ପ୍ରତିରକ୍ଷା କ୍ଷେତ୍ରରେ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଏଇ ଭାରତରେ

ମଧ୍ୟପ୍ରଦେଶ ଷ୍ଟେଟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଇପିଏସ୍‌ ଅଧିକାରୀ ବୀରେନ୍ଦ୍ର ମିଶ୍ରା ବେଡ଼ିଆ ସମ୍ପ୍ରଦାୟର ପିଲାଙ୍କୁ କୁତ୍ସିତ ପ୍ରଥାରୁ ମୁକୁଳାଇ ସମାଜର ମୁଖ୍ୟ ଧାରାରେ ସାମିଲ କରୁଛନ୍ତି।…

କାହାନ୍ତି ସେ ସାଆନ୍ତାଣୀ

‘ସାଆନ୍ତାଣୀ’ ଏପରି ଏକ ଶବ୍ଦ ଯାହାର ଉଚ୍ଚାରଣରେ କର୍ତ୍ତା ଓ ଗ୍ରହୀତା ଉଭୟେ ଆପ୍ୟାୟିତ ହୁଅନ୍ତି। ଏହି ଶବ୍ଦଟିର ପୂର୍ବରୁ ‘ମାଆ’ ଯୋଡା ହୋଇଗଲେ ତାହା ଅଧିକ…

ବିକାଶ ଦୌଡ଼ରେ ଭାରତ ଓ ଚାଇନା

ବେଳେ ବେଳେ ମନରେ ପ୍ରଶ୍ନ ଆସେ, ବିଜ୍ଞାନ ଓ କାରିଗରି କ୍ଷେତ୍ରରେ ଚାଇନା କିପରି ଏତେ ତୀବ୍ର ବିକାଶ କରିପାରୁଛି। ନିକଟରେ ସମ୍ପନ୍ନ ହୋଇଥିବା ବିଶ୍ୱ ହ୍ୟୁମାନଏଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?