ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ କାର୍ଯ୍ୟ ଭାରତ ଓ ଇଣ୍ଡୋନେସିଆକୁ ନିକଟତର କରାଇବାରେ ସହାୟକ ହୋଇଥିଲା ବୋଲି ସେ କହିଛନ୍ତି।
ଜାକର୍ତ୍ତାସ୍ଥିତ ଇଣ୍ଡୋନେସିଆ ପାର୍ଲାମେଣ୍ଟରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି, ୪୦ ଦଶକରେ ଉଭୟ ଭାରତ ଓ ଇଣ୍ଡୋନେସିଆ ସ୍ବାଧୀନ ହୋଇଥିଲେ। ଜାତିସଂଘରେ ଇଣ୍ଡୋନେସିଆର ସାର୍ବଭୌମତ୍ୱକୁ ଭାରତ ଦୃଢ଼ ସମର୍ଥନ କରିଆସିଛି। ବିଜୁବାବୁଙ୍କ ଅବଦାନ ସମ୍ପର୍କରେ ପ୍ରଧାନମନ୍ତ୍ରୀ କହିଛନ୍ତି, ସେହି ସମୟରେ ସମ୍ମାନିତ ବିଜୁ ପଟ୍ଟନାୟକ ତତ୍କାଳୀନ ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ସୁତନ ସାହରିର ଏବଂ ରାଷ୍ଟ୍ରପତି ହେବାକୁ ଥିବା ସୁକର୍ଣ୍ଣୋଙ୍କୁ ବିମାନରେ ଭାରତ ନେଇଆସିଥିଲେ। ଏହି ଘଟଣା ଦୁଇ ଦେଶକୁ ନିକଟତର କରିଥିଲା। ଇଣ୍ଡୋନେସିଆ ସ୍ବାଧୀନତା ଆନ୍ଦୋଳନରେ ବିଜୁ ପଟ୍ଟନାୟକଙ୍କ ଭୂମିକାକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରି କହିଛନ୍ତି, ପାଇଲଟ୍‌ ବିଜୁବାବୁ ସେତେବେଳେ କଳିଙ୍ଗ ଏୟାରଲାଇନ୍ସ ପ୍ରତିଷ୍ଠା କରିଥିଲେ। ସେ ତାଙ୍କର ଡାକୋଟା ଡିସି-୩ ବିମାନ ଉଡ଼ାଇ ଡଚ୍‌ ନିୟନ୍ତ୍ରଣରେ ଥିବା ଅଞ୍ଚଳରୁ ସୁରକ୍ଷିତ ଭାବେ ସୁକର୍ଣ୍ଣୋ ଓ ସାହରିରଙ୍କୁ ଭାରତ ଆଣିଥିଲେ। ଇଣ୍ଡୋନେସିଆର ପ୍ରଥମ ରାଷ୍ଟ୍ରପତି ସୁକର୍ଣ୍ଣୋଙ୍କ ସହ ବିଜୁ ପଟ୍ଟନାୟକଙ୍କ ବନ୍ଧୁତା ଯୋଗୁ ତାଙ୍କୁ ସେଠାର ‘ଭୂମିପୁତ୍ର’ ଉପାଧିରେ ସମ୍ମାନିତ କରାଯାଇଥିଲା।
ଇଣ୍ଡୋନେସିଆ ପାର୍ଲାମେଣ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବିସ୍ତାରବାଦୀ ଆଚରଣକୁ ନେଇ ଦକ୍ଷିଣ-ପୂର୍ବ ଏସିଆର ଚିନ୍ତା ବଢ଼ୁଛି। ତେବେ ଭାରତ ବିସ୍ତାରବାଦ ନୁହେଁ ବିକାଶର ପଥ ଅନୁସରଣ କରେ ବୋଲି ସେ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ ବେଳେ ପାର୍ଲାମେଣ୍ଟରେ ଇଣ୍ଡୋସେନିଆ ରାଷ୍ଟ୍ରପତି ପ୍ରବୋଓ୍ବୋ ସୁବିଆଣ୍ଟୋ ଏବଂ ଶୀର୍ଷ ମନ୍ତ୍ରୀମାନେ ଉପସ୍ଥିତ ଥିଲେ। ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଆହୁରି ନିବିଡ଼ କରିବା ପାଇଁ ମୋଦି ଆହ୍ବାନ ଦେଇଛନ୍ତି। ଯେତେବେଳେ ଭାରତର ୧୪୦ କୋଟି ଜନତା ଏବଂ ଇଣ୍ଡୋନେସିଆର ୨୯ କୋଟି ନାଗରିକ ମିଳିତ ଭାବରେ ସମୃଦ୍ଧି ପଥରେ ଆଗେଇବେ, ସେତେବେଳେ ବିଶ୍ୱ ଏକ ନୂଆ ଇତିହାସ ସୃଷ୍ଟି ହେବାର ଦେଖିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?