ରାଜ୍ୟ ସଭାରେ ନବୀନଙ୍କ ପ୍ରଶଂସା କଲେ ମୋଦି, ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୮ା୨- କୋଇଲା ଓ ଖଣି କ୍ଷେତ୍ରରେ କେନ୍ଦ୍ର ସରକାର ଆଣିଥିବା ସଂସ୍କାରଗୁଡ଼ିକୁ କାର୍ଯ୍ୟକାରୀ କରିବାରେ ଓଡ଼ିଶା ସବୁଠୁ ଆଗରେ ରହିଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି।

ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ପ୍ରଧାନମନ୍ତ୍ରୀ ମୋଦି ନିଜ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ମୋଦି କହିଥିଲେ, ଏଭଳି ଏକ ସମୟ ଥିଲା ଯେତେବେଳେ ଆମର ଦେଶର ପ୍ରାକୃତିକ ସମ୍ବଳଗୁଡ଼ିକ କେବଳ କେତେଜଣ ବ୍ୟକ୍ତିଙ୍କ ଲକର୍‌ ଭର୍ତ୍ତି କରୁଥିଲା। କିନ୍ତୁ ଆଜି ପ୍ରାକୃତିକ ଉତ୍ସଗୁଡ଼ିକ ରାଷ୍ଟ୍ରକୁ ଆର୍ଥିକ ରୂପେ ସଶକ୍ତ କରିବାରେ ଲାଗିଛି। କୋଇଲା ଓ ଖଣି ସେକ୍ଟରରେ ଆମେ ଅନେକ ସଂସ୍କାର ଆଣିଛୁ। ଖଣିଗୁଡ଼ିକର ନିଲାମ ସ୍ବଚ୍ଛତା ସହ କରିଛୁ। ନିଲାମିରୁ ମିଳିଥିବା ରାଜସ୍ବ ରାଜ୍ୟ ସରକାରମାନଙ୍କୁ ଦିଆଯାଇଛି। ଏହି କ୍ଷେତ୍ରରେ କେନ୍ଦ୍ର ପକ୍ଷରୁ ଅଣାଯାଇଥିବା ସମସ୍ତ ସଂସ୍କାରକୁ କାର୍ଯ୍ୟକାରୀ କରିବାରେ ଓଡ଼ିଶା ସବୁଠୁ ଆଗରେ ରହିଛି ବୋଲି ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି। ଏପରିକି ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?