ପୁରୀ ଅଫିସ,୨୮।୩: ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆ ପୁଅ ରାହୁଲ ମହାରଣାଙ୍କୁ ପ୍ରଶଂସା କରିଛନ୍ତି। ରାହୁଲ ପୁରୀ-କୋଣାର୍କ ବେଳାଭୂମିକୁ ସ୍ବଚ୍ଛ କରି ସ୍ବଚ୍ଛ ଭାରତ ମିଶନରେ ସାମିଲ ହୋଇଥିବାରୁ ପ୍ରଧାନମନ୍ତ୍ରୀ ତାଙ୍କୁ ସାବାସି ଦେଇଛନ୍ତି।
ରବିବାର ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ମୋଦି କହିଛନ୍ତି, ଖୋର୍ଦ୍ଧା ଜିଲା ବାଲିପାଟଣା ବ୍ଲକ ଆମ୍ବଡିହ ଗ୍ରାମର ରାହୁଲ ମହାରଣା ପ୍ରତି ରବିବାର ସକାଳୁ ପୁରୀର ତୀର୍ଥସ୍ଥଳୀ ପାଖରେ ପହଞ୍ଚତ୍ୟାଆନ୍ତି। ସେଠାରେ ଥିବା ପ୍ଲାଷ୍ଟିକ୍ ଆବର୍ଜନାକୁ ସଫା କରନ୍ତି। ବର୍ତ୍ତମାନ ସୁଦ୍ଧା ସେ ଶହେ କିଲୋରୁ ଊର୍ଦ୍ଧ୍ୱ ପ୍ଲାଷ୍ଟିକ ଆବର୍ଜନା ସଫା କରିସାରିଲେଣି। ରାହୁଲ ଆମ ସମସ୍ତଙ୍କୁ ଅନେକ କିଛି ଶିକ୍ଷା ଦେଉଛନ୍ତି। ତାଙ୍କଠାରୁ ପ୍ରେରଣା ନେଇ ଭାରତବାସୀ ଦେଶକୁ ଆବର୍ଜନାମୁକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ପରେ ରାହୁଲ କହିଛନ୍ତି, ୨୦୧୮ରୁ ଏହି ସଫେଇ ଜାରି ରଖିଛି। କେହି କେବେ ସହଯୋଗ କରିନାହାନ୍ତି। କେହି ମଧ୍ୟ ମୋ’ କାମ ପ୍ରତି ନଜର ଦେଉ ନ ଥିଲେ। ପ୍ରତି ରବିବାର ବିଭିନ୍ନ ତୀର୍ଥସ୍ଥାନ, ପର୍ଯ୍ୟଟନସ୍ଥଳୀ ଓ ବେଳାଭୂମିକୁ ଯାଇ ସଫେଇ କରୁଛି। ଆଜୀବନ ଏହି କାର୍ଯ୍ୟ ଜାରି ରଖିବି। ପ୍ଲାଷ୍ଟିକ୍ମୁକ୍ତ ଭାରତ ପାଇଁ ସଦା ଚେଷ୍ଟିତ ରହିବି। ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ପରେ ସଫେଇ କାର୍ଯ୍ୟ କରିବା ଲାଗି ପ୍ରେରଣା ମିଳିଛି। ସେହିଭଳି ପାଠପଢ଼ା ସହ ସମାଜସେବା ଓ ବିଶେଷ ଭାବେ ପ୍ରକୃତି ସେବା କରିବା ପାଇଁ ପିଲାବେଳୁ ଚେଷ୍ଟା କରୁଛି। ମୋ’ ସହ ସମସ୍ତେ ଯୋଡ଼ିହେଲେ ଆହୁରି ଖୁସି ଲାଗିବ। ସମସ୍ତେ ଯେଉଁ ପ୍ରକୃତିର ଅଂଶ, ସେହି ଧରାପୃଷ୍ଠକୁ ସଫାସୁତରା ରଖିବା ଓ ପ୍ଲାଷ୍ଟିକମୁକ୍ତ କରିବା ପାଇଁ ପ୍ରୟାସ କରିବା ଦରକାର ବୋଲି ରାହୁଲ ପ୍ରକାଶ କରିଛନ୍ତି।
ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…
ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...
ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ
ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...
‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍
ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍ ଟ୍ରେନ୍ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....
ଯୁବକଙ୍କୁ ଚାପିଦେଲା ଟ୍ରକ୍: ଆଉ ତା’ପରେ…
କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍ ଧକ୍କାରେ ଜଣେ...
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...
ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ
ବ୍ୟାଙ୍କକ୍,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...
ପାରମ୍ପରିକ ‘ଟୋକି ପର୍ବ’ ପାଇଁ ଚଳଚଞ୍ଚଳ କଳାହାଣ୍ଡି: ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…
ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...
Archives


