ମନ୍‌ କି ବାତ୍‌ରେ ଖୋର୍ଦ୍ଧାର ରାହୁଲଙ୍କୁ ପ୍ରଶଂସା କଲେ ମୋଦି

ପୁରୀ ଅଫିସ,୨୮।୩: ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆ ପୁଅ ରାହୁଲ ମହାରଣାଙ୍କୁ ପ୍ରଶଂସା କରିଛନ୍ତି। ରାହୁଲ ପୁରୀ-କୋଣାର୍କ ବେଳାଭୂମିକୁ ସ୍ବଚ୍ଛ କରି ସ୍ବଚ୍ଛ ଭାରତ ମିଶନରେ ସାମିଲ ହୋଇଥିବାରୁ ପ୍ରଧାନମନ୍ତ୍ରୀ ତାଙ୍କୁ ସାବାସି ଦେଇଛନ୍ତି।
ରବିବାର ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ମୋଦି କହିଛନ୍ତି, ଖୋର୍ଦ୍ଧା ଜିଲା ବାଲିପାଟଣା ବ୍ଲକ ଆମ୍ବଡିହ ଗ୍ରାମର ରାହୁଲ ମହାରଣା ପ୍ରତି ରବିବାର ସକାଳୁ ପୁରୀର ତୀର୍ଥସ୍ଥଳୀ ପାଖରେ ପହଞ୍ଚତ୍ୟାଆନ୍ତି। ସେଠାରେ ଥିବା ପ୍ଲାଷ୍ଟିକ୍‌ ଆବର୍ଜନାକୁ ସଫା କରନ୍ତି। ବର୍ତ୍ତମାନ ସୁଦ୍ଧା ସେ ଶହେ କିଲୋରୁ ଊର୍ଦ୍ଧ୍ୱ ପ୍ଲାଷ୍ଟିକ ଆବର୍ଜନା ସଫା କରିସାରିଲେଣି। ରାହୁଲ ଆମ ସମସ୍ତଙ୍କୁ ଅନେକ କିଛି ଶିକ୍ଷା ଦେଉଛନ୍ତି। ତାଙ୍କଠାରୁ ପ୍ରେରଣା ନେଇ ଭାରତବାସୀ ଦେଶକୁ ଆବର୍ଜନାମୁକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ପରେ ରାହୁଲ କହିଛନ୍ତି, ୨୦୧୮ରୁ ଏହି ସଫେଇ ଜାରି ରଖିଛି। କେହି କେବେ ସହଯୋଗ କରିନାହାନ୍ତି। କେହି ମଧ୍ୟ ମୋ’ କାମ ପ୍ରତି ନଜର ଦେଉ ନ ଥିଲେ। ପ୍ରତି ରବିବାର ବିଭିନ୍ନ ତୀର୍ଥସ୍ଥାନ, ପର୍ଯ୍ୟଟନସ୍ଥଳୀ ଓ ବେଳାଭୂମିକୁ ଯାଇ ସଫେଇ କରୁଛି। ଆଜୀବନ ଏହି କାର୍ଯ୍ୟ ଜାରି ରଖିବି। ପ୍ଲାଷ୍ଟିକ୍‌ମୁକ୍ତ ଭାରତ ପାଇଁ ସଦା ଚେଷ୍ଟିତ ରହିବି। ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ପରେ ସଫେଇ କାର୍ଯ୍ୟ କରିବା ଲାଗି ପ୍ରେରଣା ମିଳିଛି। ସେହିଭଳି ପାଠପଢ଼ା ସହ ସମାଜସେବା ଓ ବିଶେଷ ଭାବେ ପ୍ରକୃତି ସେବା କରିବା ପାଇଁ ପିଲାବେଳୁ ଚେଷ୍ଟା କରୁଛି। ମୋ’ ସହ ସମସ୍ତେ ଯୋଡ଼ିହେଲେ ଆହୁରି ଖୁସି ଲାଗିବ। ସମସ୍ତେ ଯେଉଁ ପ୍ରକୃତିର ଅଂଶ, ସେହି ଧରାପୃଷ୍ଠକୁ ସଫାସୁତରା ରଖିବା ଓ ପ୍ଲାଷ୍ଟିକମୁକ୍ତ କରିବା ପାଇଁ ପ୍ରୟାସ କରିବା ଦରକାର ବୋଲି ରାହୁଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?