କରୋନା ଭାଇରସକୁ ନେଇ ଟ୍ରମ୍ପଙ୍କ କାମକୁ ପ୍ରଶଂସା କରିଛନ୍ତି ମୋଦି!

ୱାଶିଂଟନ,୧୪ ।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ସେ କରୋନା ଭାଇରସକୁ ନେଇ ଯେଉଁସବୁ କାମ କରିଛନ୍ତି ତାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ୍ ପ୍ରଶଂସା କରିଛନ୍ତି । ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରଚାର କାର୍ଯ୍ୟମଧ୍ୟ ଜୋର ଧରିଛି । ତେବେ ନିଜ ସପକ୍ଷରେ ଭୋଟ ହାତେଇବା ପାଇଁ ଟ୍ରମ୍ପ ଏହା କହିବା ସହ ଡେମୋକ୍ରାଟିକ ପାର୍ଟିର ପ୍ରତିଦ୍ୱନ୍ଦି ଜୋ ବିଡେନଙ୍କୁ ସେ ଟାର୍ଗେଟ କରିଛନ୍ତି । ପୂର୍ବରୁ ସ୍ୱାଇନ ଫ୍ଲୁର ମୁକାବିଲା କାରିବାରେ ବିଡେନ ସମ୍ପୂର୍ଣ୍ଣ ଅସଫଳ ହୋଇଥିଲେ ବୋଲି ଟ୍ରମ୍ପ କହିଛନ୍ତି । କରୋନାକୁ ନେଇ ଟ୍ରମ୍ପ କହିଛନ୍ତି ଏବେ ଆମେ ଭାରତ ଓ ଅନ୍ୟ କେତେକ ବଡ ବଡ ଦେଶ ତୁଳନାରେ ଅଧିକ ଟେଷ୍ଟ କରି ସାରିଛୁ । ଆଉ ଭାରତଠାରୁ ଆମେ ୪.୪କୋଟି କରୋନା ପରୀକ୍ଷା ଅଧିକ କରୁଛୁ ବୋଲି ସେ କହିଛନ୍ତି । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଫୋନ୍ କରି କହିଛନ୍ତି ଆପଣ କରୋନା ପରୀକ୍ଷଣ ମାମଲରେ ବହୁତ ଭଲ କାମ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri