Posted inଜାତୀୟ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀଙ୍କୁ ମୋଦିଙ୍କ ପ୍ରଶଂସା

ନୂଆଦିଲ୍ଲୀ, ୨୭ା୩ (ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୯୯ତମ ରେଡିଓ କାର୍ଯ୍ୟକ୍ରମ ମନ୍‌ କୀ ବାତ୍‌ରେ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ଭାରତର ପ୍ରଥମ ମହିଳା ବୈଜ୍ଞାନିକ ଭାବେ ଜ୍ୟୋତିର୍ମୟୀ ଇଣ୍ଟରନ୍ୟାଶନାଲ ୟୁନିଅନ ଅଫ୍‌ ପିଓର ଆଣ୍ଡ୍‌ ଆପ୍ଲାଏଡ୍‌ କେମିଷ୍ଟ୍ରି (ଆଇୟୁପିଏସି) ପୁରସ୍କାର ପାଇଛନ୍ତି। ଭାବା ଆଟମିକ୍‌ ରିସର୍ଚ୍ଚ ସେଣ୍ଟରର ବୈଜ୍ଞାନିକ ଜ୍ୟୋତିର୍ମୟୀ ରସାୟନ ତଥା କେମିକାଲ ଇଞ୍ଜିନିୟରିଂରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।

ବିଭିନ୍ନ କ୍ଷେତ୍ରରେ ମହିଳାମାନଙ୍କ ଉପସ୍ଥିତି ବଢ଼ୁଥିବାରୁ ପ୍ରଧାନମନ୍ତ୍ରୀ ଏହାର ପ୍ରଶଂସା କରିବା ସହ ଭାରତର ଶକ୍ତି ବୃଦ୍ଧିରେ ନାରୀ ଶକ୍ତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବା କହିଥିଲେ। ସୁରେଖା ଯାଦବ ଏସିଆ ମହାଦେଶର ପ୍ରଥମ ମହିଳା ଲୋକୋ ପାଇଲଟ ହୋଇପାରିଛନ୍ତି। ଡକ୍ୟୁମେଣ୍ଟାରି ଚଳଚ୍ଚିତ୍ର ‘ ଦି ଏଲିଫ୍ୟାଣ୍ଟ ହ୍ବିସ୍ପରର୍ସ’ ଓସ୍କାର ଜିତିବା ଫଳରେ ଏହାର ପ୍ରଯୋଜକ ଗୁନୀତ୍‌ ମୋଙ୍ଗା ଏବଂ ନିର୍ଦ୍ଦେଶକ କାର୍ତ୍ତିକି ଗନସାଲ୍‌ଭେସ ଦେଶ ପାଇଁ ଗର୍ବ ଆଣିଛନ୍ତି। ତୁର୍କୀରେ ଏନ୍‌ଡିଆର୍‌ଏଓଫର ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟରେ ମହିଳାମାନଙ୍କ ଭୂମିକାକୁ ପ୍ରଧାନମନ୍ତ୍ରୀ ଭୂୟସୀ ପ୍ରଶଂସା କରିଥିଲେ। ଦେଶର ବିଭିନ୍ନ ଅଞ୍ଚଳରେ କୋଭିଡ୍‌ ସଂକ୍ରମଣ ବଢ଼ୁଥିବାରୁ ସତର୍କ ରହିବା ଲାଗି ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଅଙ୍ଗଦାନ କରିବା ଲାଗି ଅଧିକରୁ ଅଧିକ ଲୋକେ ଆଗ୍ରହ ଦେଖାଇବାକୁ ପ୍ରଧାନମନ୍ତ୍ରୀ ଏହି ଅବସରରେ ଆହ୍ବାନ ଦେଇଛନ୍ତି। ଯେଉଁମାନେ ମୃତ୍ୟୁ ପରେ ଅଙ୍ଗଦାନ କରିଥାନ୍ତି, ସେମାନେ ଗ୍ରହୀତାଙ୍କ ପାଇଁ ଭଗବାନ ସଦୃଶ। ଏହା ଦ୍ୱାରା ଅନେକ ଜୀବନ ରକ୍ଷା ପାଇପାରିବ। ୨୦୧୩ରେ ୫,୦୦୦ରୁ କମ୍‌ ଅଙ୍ଗଦାନ ହୋଇଥିବାବେଳେ ୨୦୨୨ରେ ତାହା ୧୫ ହଜାର ଟପିଛି। ଜଣେ ମୃତବ୍ୟକ୍ତିଙ୍କ ଅଙ୍ଗରେ ୮ରୁ ୯ ଜଣ ଉପକୃତ ହୋଇପାରିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?