ମୋଦି କଲେ ଭବିଷ୍ୟବାଣୀ, ଏହିଦିନ ବିଜେଡିରେ ହେବ କମ୍ପନ

କେନ୍ଦ୍ରାପଡ଼ା, ୨୯।୫: କେନ୍ଦ୍ରାପଡ଼ା ସଭାରେ ବଡ଼ ବୟାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ବୁଧବାର ବାରିପଦା, ବାଲେଶ୍ୱରରେ ନିର୍ବାଚନୀ ପ୍ରଚାର ସାରି ମୋଦି କେନ୍ଦ୍ରାପଡାରେ ପହଞ୍ଚିଛନ୍ତି। ଓଡ଼ିଶାରେ ମୋଦିଙ୍କ ଆଜି ପ୍ରଚାରର ଶେଷ ଦିନ ହୋଇଥିଲେ ମଧ୍ୟ ବିଜେଡିକୁ ଟାର୍ଗେଟ କରିବାର କୌଣସି ବି ମଉକା ହାତଛଡା କରି ନାହାନ୍ତି।

ଏହି କ୍ରମରେ କେନ୍ଦ୍ରାପଡାରେ ସେ ବିଜେଡିକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ‘ଆଗାମୀ ୬ ମାସରେ ଓଡ଼ିଶା ରାଜନୀତିରେ ବଡ଼ ଭୂମିକମ୍ପ ହେବାକୁ ଯାଉଛି। ବିଜେଡି ରାଜନୀତିରେ ବଡ଼ ବିସ୍ଫୋରଣ ହେବ’ ବୋଲି ମୋଦି କହିଛନ୍ତି।

ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ବୋଲି ମଧ୍ୟ ମୋଦି କହିଛନ୍ତି। ‘ଓଡ଼ିଶା ଏଥର ଡବଲ ଇଞ୍ଜିନ ସରକାର ଚାହୁଁଛି। ଓଡ଼ିଶା ମାଟିର ପୁଅ କିମ୍ବା ଝିଅ ଏଥର ଭାଜପାର ମୁଖ୍ୟମନ୍ତ୍ରୀ ହେବେ। ୪ ଜୁନ ପରେ ଓଡ଼ିଶା ନୂଆ ସରକାର ଦେଖିବ। ୧୦ ଜୁନରେ ଭାଜପାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ’। ଯଦିଓ ପ୍ରଧାନମନ୍ତ୍ରୀ କିଏ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବେ ତାଙ୍କ ନାଁ ନେଇ ନାହାନ୍ତି ତଥାପି ସୂଚେଇ ଦେଇ କହିଛନ୍ତି ଯେ, ଏଥର ଓଡ଼ିଶାର ଜଣେ ପୁଅ କିମ୍ବା ଝିଅ ଭାଜପା ମୁଖ୍ୟମନ୍ତ୍ରୀ ହେବେ। ମୋଦିଙ୍କ ଏହି କଥା ପରେ ରାଜନୈତିକ ମହଲରେ ବେଶ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ତେବେ ଜୁନ ୪ ପରେ ଏହା ଉପରୁ ପରଦା ହଟିବ ବୋଲି ରାଜ୍ୟବାସୀ ଆଶାବାଦୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଦୋମୁହାଁ ନୀତି: କ୍ରିକେଟରେ ରାଜନୀତି, ‘ଡଲାର’ ପାଇଁ ଭାରତୀୟ ବଂଶୋଦ୍ଭବଙ୍କୁ ଭବ୍ୟ ସ୍ୱାଗତ

ନୂଆଦିଲ୍ଲୀ,୬।୨: ପାକିସ୍ତାନର ଦୋମୁହାଁ ଚରିତ୍ର ଏବେ ସାରା ବିଶ୍ୱ ଆଗରେ ପୁଣିଥରେ ପ୍ରକଟ ହୋଇଛି। ଗୋଟିଏ ପଟେ ପାକିସ୍ତାନ ଭାରତ ବିରୋଧରେ କ୍ରିକେଟକୁ ଅସ୍ତ୍ର କରି ଟି-୨୦…

ଯାତ୍ରା ମଝିରେ ଷ୍ଟେଜ୍‌ରେ ଗଳିପଡିଲେ ସାଇ, ରାତି ଅଧରେ ଗଲେ ମେଡିକାଲ

ଭୁବନେଶ୍ୱର,୬।୨: ଅସୁସ୍ଥ ହେଲେ ତୁଳସୀ ଗଣନାଟ୍ୟର ମୁଖ୍ୟ ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡା। ଅଧାରୁ ବନ୍ଦ ହେଲା ଯାତ୍ରା। ଯାତ୍ରା ଅଧାରୁ ସାଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା…

ଆମେରିକା ସହିତ ‘ସିକ୍ରେଟ୍‌ ଟାରିଫ୍‌ ଡିଲ୍‌’ କରିବାକୁ ଯାଉଛି ବାଂଲାଦେଶ, ଭାରତ ପାଇଁ ବଢିଲା ଟେନସନ୍‌

ନୂଆଦିଲ୍ଲୀ,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଆମେରିକା ସହିତ ଏକ ଗୁପ୍ତ ଟାରିଫ୍‌ ଚୁକ୍ତି କରିବାକୁ ଯୋଜନା କରୁଛି। ଦେଶର ସଂସଦୀୟ ନିର୍ବାଚନର ମାତ୍ର ତିନି ଦିନ ପୂର୍ବରୁ,…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri