Posted inଜାତୀୟ

ରକ୍ଷାବନ୍ଧନରେ ଉତ୍ତର-ପୂର୍ବ ଭଉଣୀମାନଙ୍କୁ ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ମଣିପୁରକୁ ଏକ ନୂତନ ଉପହାର ଦେଇଛନ୍ତି। ପ୍ରତି ଘରକୁ ଜଳ ଯୋଗାଣ ମିଶନ ଆଧାରରେ ମୋଦି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମଣିପୁର ଜଳ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।ଏହି ସମୟରେ ସେ ଜନତାଙ୍କୁ ସମ୍ବୋଧିତ କରିଥିଲେ। ମୋଦି ନିଜ ଅଭିଭାଷଣରେ କହିଛନ୍ତି, ଇମ୍ଫାଲ ସମେତ ମଣିପୁରର ଲକ୍ଷାଧିକ ଲୋକଙ୍କ ପାଇଁ ଓ ବିଶେଷ କରି ଆମର ଭଉଣୀମାନଙ୍କ ପାଇଁ ଆଜି ଏକ ବଡ଼ ଦିନ। ପ୍ରାୟ ୩୦୦୦ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ମଣିପୁର ଜଳ ଯୋଗାଣ ପ୍ରକଳ୍ପ ଦ୍ୱାରା ଏଠାକାର ଲୋକଙ୍କ ଜଳ ସମସ୍ୟା ହ୍ରାସ ହୋଇପାରିବ। ଏହି ପ୍ରକଳ୍ପ ଜରିଆରେ ଲକ୍ଷାଧିକ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଉପଲବ୍ଧ ହୋଇପାରିବ। ସେ ଆହୁରି ମଧ୍ୟ କହିଛନ୍ତି କରୋନା ସଙ୍କଟରେ ଦେଶ ନା ଅଟକିଛି, ନା ବନ୍ଦ ହୋଇଛି ଓ ନା ଥକିଛି। ଯେପର୍ଯ୍ୟନ୍ତ ଭ୍ୟାକସିନ୍‌ ଆସିନାହିଁ, ସେପର୍ଯ୍ୟନ୍ତ ଆମକୁ ଦୃଢ଼ତାର ସହ ଲଢ଼ିବାକୁ ପଡ଼ିବ। ତେବେ ରକ୍ଷାବନ୍ଧନ ଉପଲକ୍ଷେ ଏହି ଜଳ ପ୍ରକଳ୍ପ ଉତ୍ତର-ପୂର୍ବ ଭଉଣୀମାନଙ୍କ ପାଇଁ ଏକ ଭେଟି ବୋଲି ମୋଦି କହିଛନ୍ତି। ଚଳିତ ବର୍ଷ ଦେଶରେ କରୋନା ଆତଙ୍କ ଖେଳାଇବା ପରେ ଏବେ ଉତ୍ତର ପୂର୍ବ ଭାରତରେ ପ୍ରବଳ ବର୍ଷା ରାଜ୍ୟରେ ବହୁ କ୍ଷତି ଘଟାଇଛି। ଏଥିରେ ଅନେକ ଲୋକ ବାସହରା ହୋଇଥିବା ବେଳେ ଅନେକଙ୍କ ଜୀବନ ହାନି ଘଟିଛି। ତେବେ ଏହି ବିପଦ ସମୟରେ କେନ୍ଦ୍ର ସରକାର ରାଜ୍ୟସରକାରଙ୍କ ସହ ଛିଡା ହୋଇଛନ୍ତି। ରାଜ୍ୟକୁ ଯଥାସମ୍ଭବ ସହାୟତା କରିବାକୁ କେନ୍ଦ୍ର ସରକାର ପ୍ରସ୍ତୁତ ଅଛନ୍ତି ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri