Posted inଜାତୀୟ

‘ସର୍ଜିକାଲ ଷ୍ଟ୍ରାଇକ୍‌ର ଅତ୍ୟଧିକ ପ୍ରଚାର କରିଥିଲେ ମୋଦି’

ନୂଆଦିଲ୍ଲୀ, ୭ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନ ଉପରେ ୨୦୧୬ରେ ଭାରତୀୟ ସେନାର ସର୍ଜିକାଲ ଷ୍ଟ୍ରାଇକ୍‌ର ବହୁଳ ପ୍ରଚାର କରିଥିଲେ ବୋଲି ‘ଦି ପ୍ରେସିଡେନ୍ସିଆଲ ଇୟର୍ସ’ ପୁସ୍ତକରେ ଉଲ୍ଲେଖ କରିଛନ୍ତି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ। ଏଭଳି ପ୍ରଚାରର କୌଣସି ଆବଶ୍ୟକତା ନ ଥିଲା। ପାକିସ୍ତାନର ଆକ୍ରୋଶ ଓ କାର୍ଯ୍ୟକଳାପ ବିରୋଧରେ ସୀମାନ୍ତରେ ଭାରତୀୟ ସେନା ପକ୍ଷରୁ ଏଭଳି ଷ୍ଟ୍ରାଇକ୍‌ ସାଧାରଣ କଥା। ଏହି ଅପରେଶନ୍‌ ଉପରେ ଅଧିକ ମାତ୍ରାରେ ଆଲୋଚନା ଆମକୁ କୌଣସି ସୁଫଳ ଦେଇନାହିଁ ବୋଲି ପ୍ରଣବ ବହିରେ ଲେଖିଛନ୍ତି। ସେ ଆହୁରି ଲେଖିଛନ୍ତି ଯେ, ତତ୍କାଳୀନ ପାକିସ୍ତାନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଝିଅର ଜନ୍ମଦିନରେ ଯୋଗଦେବା ପାଇଁ ମୋଦିଙ୍କ ଲାହୋର ଗସ୍ତ ମଧ୍ୟ ଅନାବଶ୍ୟକ ଥିଲା। ପାକିସ୍ତାନ ଓ ଭାରତ ସମ୍ପର୍କ ସୁଧାରିବା ପାଇଁ ଏହା କୌଣସି ପ୍ରକାରେ କାମରେ ଲାଗି ନ ଥିଲା ଏବଂ ପାକିସ୍ତାନ ପକ୍ଷରୁ ଏହାକୁ ଅଣଦେଖା କରାଯାଇଥିଲା। ଶପଥ ଗ୍ରହଣ ଉତ୍ସବରେ ସାର୍କ ନେତାଙ୍କୁ ନିମନ୍ତ୍ରଣ କରିବା ଏକ ଭଲ ପଦକ୍ଷେପ ଥିଲା ବୋଲି ପ୍ରଣବ ଉଲ୍ଲେଖ କରିଛନ୍ତି। ପ୍ରଣବ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଭିନ୍ନ ଭିନ୍ନ ଆଦର୍ଶର ପ୍ରଧାନମନ୍ତ୍ରୀଙ୍କ ସଂସ୍ପର୍ଶରେ ଆସିଥିଲେ, ଯାହା ତାଙ୍କୁ ଭଲ ଅନୁଭୂତି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri